Online Bible

- Reklamy -

ଲେବୀୟ ପୁସ୍ତକ 12 - ପବିତ୍ର ବାଇବଲ


ପ୍ରଥମ ସନ୍ତାନର ମା ମାନଙ୍କ ପାଇଁ ବିଧି

1 ସଦାପ୍ରଭୁ ମୋଶାଙ୍କୁ କହିଲେ,

2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ସ୍ତ୍ରୀ ଧର୍ମର ଅଶୌଚ ସମୟ ପରି ସାତ ଦିନଯାଏ ଅଶୁଚି ରହିବ।

3 ଅଷ୍ଟମ ଦିନରେ ବାଳକ ନିଶ୍ଚୟ ସୁନ୍ନତ ହେବ।

4 ପୁଣି ସେ ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ନିଜର ଶୌଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥାରେ ରହିବ। ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

5 ମାତ୍ର ଯେବେ ଜଣେ ସ୍ତ୍ରୀ କନ୍ୟା ପ୍ରସବ କରେ, ସେହିଭଳି ସ୍ତ୍ରୀ ଧର୍ମର ଅଶୌଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦେହର ରକ୍ତସ୍ରାବରୁ ଶୁଦ୍ଧ ହେବା ପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।

6 “ତା'ପରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ ସେ ବଳିଦାନ ନିମନ୍ତେ ଏକବର୍ଷୀୟ ଏକ ମେଷ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।

7-8 ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରାୟଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।”

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Následuj nás:



Reklamy