Online Bible

- Reklamy -

ହିତୋପଦେଶ 30 - ପବିତ୍ର ବାଇବଲ


ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ

1 ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା।

2 ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ'ଠାରେ ମନୁଷ୍ୟର ବିବେଚନା ନାହିଁ।

3 ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ।

4 କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା'ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?

5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି।

6 ତେଣୁ ପରମେଶ୍ୱରଙ୍କର ବାକ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କର ନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦେବେ, ଏବଂ ତୁମ୍ଭେ ମିଥ୍ୟା କହୁଛ ବୋଲି ପ୍ରମାଣିତ ହେବ।

7 ହେ ସଦାପ୍ରଭୁ, ମୋର ମଲା ପୂର୍ବରୁ ମୋତେ ଦୁଇଟି ବର ଦିଅ।

8 ମୋତେ ସହାୟ ହୁଅ, ମୁଁ ଯେପରି ମିଥ୍ୟା ନ କହେ, ମୋତେ ଅତ୍ୟଧିକ ଧନୀ କି ଅତ୍ୟଧିକ ଗରିବ କର ନାହିଁ। ମୋର ପ୍ରତ୍ୟେକ ଦିନର ଆବଶ୍ୟକତା କେବଳ ପୂରଣ କର।

9 ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।

10 ଦାସର ପ୍ରଭୁ ସମ୍ମୁଖରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ୱାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବେଚନା କରିବ।

11 କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧରେ କହନ୍ତି। ଏବଂ ସେମାନେ ସେମାନଙ୍କର ମାତାଙ୍କୁ ସମ୍ମାନ ଦେଖାଇ ନାହାନ୍ତି।

12 କେତେକ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବରେ ସେମାନେ ଅତ୍ୟନ୍ତ ଖରାପ ଲୋକ ଅଟନ୍ତି।

13 କେତେକ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସେମାନେ ବହୁତ ଭଲ। ସେମାନେ ଭାବନ୍ତି ଅନ୍ୟମାନଙ୍କଠାରୁ ଯଥେଷ୍ଟ ଭଲ।

14 କେତେକ ଲୋକ ଅଛନ୍ତି, ସେମାନଙ୍କର ବାକ୍ୟ ଖଣ୍ଡାଧାରଠାରୁ ତୀ‌‌‌କ୍ଷ୍‌‌‌ଣ। ସେମାନଙ୍କର ଦାନ୍ତ ଛୁରୀପରି ଅଟେ। ସେମାନେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ୟବହାର କରନ୍ତି।

15 କେତେକ ଲୋକ ଅଛନ୍ତି ସେମାନେ ସବୁ ନେବାକୁ ଗ୍ଭହାନ୍ତି। ସେମାନେ ସର୍ବଦା କହନ୍ତି, “ମୋତେ ଦିଅ, ମୋତେ ଦିଅ।” ଏପରି ତିନୋଟି କଥାରେ ସେମାନେ ଆଦୌ ସନ୍ତୁଷ୍ଟ ନୁହନ୍ତି। ଏବଂ ଚତୁର୍ଥଟି କେବେହେଲେ କହେ ନାହିଁ, “ମୋର ପାଖରେ ଯଥେଷ୍ଟ ଅଛି।”

16 ମୃତ୍ୟୁର ସ୍ଥାନ, ବନ୍ଧ୍ୟା ସ୍ତ୍ରୀ, ଜଳରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ଯଥେଷ୍ଟ ହେଲା।

17 ଯେଉଁ ବ୍ୟକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହେବ। ଏହିପରି ତା’ ପାଇ ହେବ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡାମରା କାଉମାନେ ସେଗୁଡ଼ିକୁ ଖାଇଯିବେ।

18 ତିନି କଥା ମୋତେ ରହସ୍ୟ ପରି ଲାଗେ। ପୁଣି ଗ୍ଭରି କଥା ମୁଁ ଜାଣେ ନାହିଁ।

19 ଆକାଶରେ ଉତ୍କ୍ରୋଶପକ୍ଷୀର ଗତି, ପ୍ରସ୍ତରରେ ସର୍ପର ଗତି, ସମୁଦ୍ର ମଧ୍ୟରେ ଜାହାଜର ଗତି, ଯୁବତୀଠାରେ ପୁରୁଷର ଗତି।

20 ସେହିପରି ବ୍ୟଭିଗ୍ଭରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କହେ, “ମୁଁ କିଛି ଅଧର୍ମ କରି ନାହିଁ।”

21 ତିନି କଥାର ଭାରରେ ପୃଥିବୀ କମ୍ପିତ ହୁଏ। ପୁଣି ଗ୍ଭରି କଥାର ଭାରରେ ମଧ୍ୟ ତାହା ସେ ସହିପାରେ ନାହିଁ।

22 ଦାସର ଭାର ଯେତେବେଳେ ସେ ରାଜତ୍ୱ କରେ, ମୂର୍ଖର ଭାର ଯେତେବେଳେ ସେ ଆହାରରେ ପରିତୃପ୍ତ।

23 କେହି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହୋଇଯାଏ। ଏବଂ ଗ୍ଭକରାଣୀର ଭାର ଯେତେବେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।

24 ଗ୍ଭରି ପ୍ରାଣୀ ପୃଥିବୀରେ ସାନ, ମାତ୍ର ସେମାନେ ଅତିଶୟ ଜ୍ଞାନବାନ୍ ଅଟନ୍ତି।

25 ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶୟ ଜ୍ଞାନବାନ, ସେମାନେ ଗ୍ରୀଷ୍ମ ସମୟରେ ସେମାନଙ୍କର ଖାଦ୍ୟ ସଞ୍ଚୟ କରି ରଖନ୍ତି।

26 ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସେମାନେ ଶୈଳରେ ଆପଣାର ବସା ନିର୍ମାଣ କରନ୍ତି।

27 ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସେମାନେ ଦଳବଦ୍ଧ ହୋଇ ଗମନ କରନ୍ତି।

28 ଝିଟିପିଟି ହସ୍ତଦ୍ୱାରା ଧରେ, ତଥାପି ସେ ରାଜାର ଅଟ୍ଟାଳିକାରେ ଥାଏ।

29 ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତେବେଳେ ସେମାନେ ସୈନିକ ରୀତିରେ ଅଗ୍ରସର ହୁଅନ୍ତି। ପୁଣି ଗ୍ଭରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତେବେଳେ ସେମାନେ ଗ୍ଭଲନ୍ତି।

30 ସମସ୍ତ ପଶୁମାନଙ୍କ ମଧ୍ୟରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କେବେ ଭୟ କରେ ନାହିଁ।

31 ଯୁଦ୍ଧାଶ୍ୱ, ଛାଗ ଓ ରାଜା ଯାହା ବିରୁଦ୍ଧରେ କେହି ଉଠେ ନାହିଁ।

32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ।

33 କାରଣ ଯେପରି ଦୁ‌ଗ୍‌ଧମନ୍ଥନରୁ ଲହୁଣୀ ବାହାରେ ଓ ନାସିକା ମନ୍ଥନରେ ରକ୍ତ ବାହାରେ, ଠିକ୍ ସେହିପରି କ୍ରୋଧ ମନ୍ଥନରେ ବିବାଦ ବାହାରେ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Následuj nás:



Reklamy