ଗୀତସଂହିତା 125 - ପବିତ୍ର ବାଇବଲଆରୋହଣ ଗୀତ। 1 ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। ସେମାନେ କେବେ ମଧ୍ୟ ଥରିବେ ନାହିଁ। ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ। 2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ। 3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ। 4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର। 5 ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। |
Odia Holy Bible: Easy-to-Read Version (OERV)
@ 2004 Bible League International
Bible League International