Online Bible

- Reklamy -

ଗୀତସଂହିତା 141 - ପବିତ୍ର ବାଇବଲ


ଦାଉଦଙ୍କର ଏକ ପ୍ରଶଂସାପୂର୍ଣ୍ଣ ଗୀତ।

1 ହେ ସଦାପ୍ରଭୁ, ମୁଁ ତୁମ୍ଭ ସହାୟତା ପାଇଁ ପ୍ରାର୍ଥନା କରେ। ଯେତେବେଳେ ମୁଁ ଡାକୁଛି ସେତେବେଳେ ତୁମ୍ଭେ ମୋର ପ୍ରାର୍ଥନାରେ କର୍ଣ୍ଣପାତ କର। ଯଥା ଶୀଘ୍ର ମୋତେ ସାହାଯ୍ୟ କର।

2 ସଦାପ୍ରଭୁ, ଜଳୁଥିବା ଧୂପକାଠିର ସୁଗନ୍ଧି ଧୂପ ପରି ମୋର ପ୍ରାର୍ଥନାକୁ ଗ୍ରହଣ କର। ସନ୍ଧ୍ୟା ବେଳର ଉତ୍ସର୍ଗ ପରି, ମୁଁ ମୋର ହାତ ବଢ଼ାଇ କରୁଥିବା ପ୍ରାର୍ଥନାକୁ ଗ୍ରହଣ କର।

3 ହେ ସଦାପ୍ରଭୁ, ମୁଖ ଆଗର ପ୍ରହରୀ, ମୋତେ ସାହାଯ୍ୟ କର। କୌଣସି ପାପପୂର୍ଣ୍ଣ କଥା କହିବାଠାରୁ ମୋତେ ରକ୍ଷା କର।

4 ମୋତେ ମନ୍ଦକାର୍ଯ୍ୟ କରିବାର ଇଚ୍ଛା ଦିଅ ନାହିଁ। ଦୁଷ୍ଟ ସାଙ୍ଗ ଓ ତାଙ୍କର ଖାଦ୍ୟ ଏବଂ ମନ୍ଦକାର୍ଯ୍ୟରେ ମୋତେ ମିଶିବା ପାଇଁ ବନ୍ଦ କର। ଏପରି ସେମାନଙ୍କର ଭୋଜିଠାରୁ ଦୂରରେ ରହିବାକୁ ମୋତେ ସାହାଯ୍ୟ କର।

5 ଗୋଟିଏ ଧାର୍ମିକ ଲୋକ ମୋତେ ସୁଧାରି ପାରେ। ତାହା ତାଙ୍କ ପ୍ରତି ବହୁତ ଦୟା ହେବ। ଯଦି ସେ ମୋତେ ସମାଲୋଚନା କରେ, ମୁଁ ଏହା ହାର୍ଦ୍ଦିକ ସ୍ୱାଗତ ଭଳି ଗ୍ରହଣ କରିବି। କିନ୍ତୁ ମୁଁ ସର୍ବଦା ଦୁଷ୍ଟମାନେ କରୁଥିବା କୁକର୍ମ ବିରୁଦ୍ଧରେ ପ୍ରାର୍ଥନା କରେ।

6 ସେମାନଙ୍କର ନ୍ୟାୟଧୀଶମାନଙ୍କୁ ପର୍ବତର ଶୀର୍ଷରୁ ଫିଙ୍ଗା ଯାଉ। ତେବେ ଲୋକମାନେ ଜାଣିବେ ଯେ, ମୁଁ ସତ୍ୟ କହିଅଛି।

7 ଗ୍ଭଷୀମାନେ ଭୂମିରେ ହଳ କରିଥିବା ପଥରପରି, ଠିକ୍ ସେହିପ୍ରକାର ଆମ୍ଭମାନଙ୍କର ଅସ୍ଥିସବୁ କବରରେ ମିଶିଯିବ।

8 ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭ ଆଡ଼େ ଗ୍ଭହୁଁ ଅଛି। ମୁଁ ସୁରକ୍ଷା ପାଇଁ ତୁମ୍ଭ ଆଡ଼େ ଗ୍ଭହିଁଅଛି। ତେଣୁ ମୋତେ ମୃତ୍ୟୁବରଣ କରିବାକୁ ଦିଅ ନାହିଁ।

9 ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି। ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।

10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ। ସେହି ଅବସରରେ ମୁଁ ରକ୍ଷା ପାଏ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Následuj nás:



Reklamy