ଗାଲାତୀୟ 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ? Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କେଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ବିଜାତିମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ବିଜାତିମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ? Viz kapitolaଓଡିଆ ବାଇବେଲ14 କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ? Viz kapitolaପବିତ୍ର ବାଇବଲ (CL) NT (BSI)14 ମୁଁ ଯେତେବେଳେ ଦେଖିଲି ଯେ, ସୁସମାଚାରର ସତ୍ୟ ଅନୁଯାୟୀ ସେମାନେ ସରଳ ଆଚରଣ କରୁ ନାହାନ୍ତି, ମୁଁ ସେମାନଙ୍କ ସମ୍ମୁଖରେ ପିତରଙ୍କୁ କହିଥିଲି, “ଯଦି ତୁମେ ଇହୁଦୀ ହୋଇ ଅଣଇହୁଦୀମାନଙ୍କ ପରି ଜୀବନ ଯାପନ କରୁଛ, ତେବେ ଇହୁଦୀମାନଙ୍କ ପରି ଜୀବନ ଯାପନ କରିବାକୁ ତୁମେ ଅଣଇହୁଦୀମାନଙ୍କୁ କିପରି ବାଧ୍ୟ କରିପାରିବ?” Viz kapitolaପବିତ୍ର ବାଇବଲ14 ଏହି ଯିହୂଦୀମାନେ ଯାହା ଯାହା କଲେ, ମୁଁ ଦେଖିଲି। ସେମାନେ ସୁସମାଗ୍ଭର ସତ୍ୟର ପାଳନ କରୁ ନ ଥିଲେ। ତେଣୁ ସମସ୍ତ ଅନ୍ୟ ଯିହୂଦୀମାନେ ଶୁଣି ପାରିବା ଭଳି ମୁଁ ପିତରଙ୍କୁ କହିଲି: “ପିତର! ତୁମ୍ଭେ ଜଣେ ଯିହୂଦୀ! କିନ୍ତୁ ତୁମ୍ଭେ ଜଣେ ଯିହୂଦୀଙ୍କ ଭଳି ଜୀବନଯାପନ କରୁ ନାହଁ। ତୁମ୍ଭେ ଅଣଯିହୂଦୀଙ୍କ ଭଳି ଜୀବନଯାପନ କରୁଛ। ଅତଏବ, ତୁମ୍ଭେ ଅଣଯିହୂଦୀମାନଙ୍କୁ, ଯିହୂଦୀଲୋକଙ୍କ ଭଳି ଜୀବନଯାପନ କରିବା ପାଇଁ କିପରି ବାଧ୍ୟ କରୁଛ?” Viz kapitola |