2 ରାଜାବଳୀ 7:1 - ପବିତ୍ର ବାଇବଲ1 ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ, ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ପ୍ରଚୁର ଖାଦ୍ୟ ଆସିବ ଏବଂ ଏହା ପୁଣି ଅତି ଶସ୍ତା ହେବ। ଜଣେ ବ୍ୟକ୍ତି ଶମରିୟାର ନଗର ଦ୍ୱାରରେ ଏକ ଶେକଲରେ ଏକ ଝୁଡ଼ିର ସୁନ୍ଦର ମଇଦା ଓ ସେହି ମୂଲ୍ୟରେ ଦୁଇ ଝୁଡ଼ି ଯବ କିଣିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ଇଲୀଶାୟ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଯିବ। Viz kapitolaଓଡିଆ ବାଇବେଲ1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’” Viz kapitola |