ପ୍ରେରିତ 9:21 - ପବିତ୍ର ବାଇବଲ21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଆଉ, ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଵିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ଉଚ୍ଛିନ୍ନ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ? Viz kapitolaଓଡିଆ ବାଇବେଲ21 ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ? Viz kapitolaପବିତ୍ର ବାଇବଲ (CL) NT (BSI)21 ଯେଉଁମାନେ ତାଙ୍କ କଥା ଶୁଣିଲେ, ସେମାନେ ଆଚମ୍ବିତ ହୋଇ ପଚାରିଲେ, “”ଯିରୂଶାଲମରେ ଯୀଶୁ ନାମକ ବ୍ୟକ୍ତିର ଉପାସକମାନଙ୍କୁ ଯେଉଁ ଲୋକ ହତ୍ୟା କରୁଥିଲା, ଏ କ’ଣ ସେହି ନୁହେଁ? ସେମାନଙ୍କୁ ମୁଖ୍ୟ ଯାଜକମାନଙ୍କ ନିକଟକୁ ଧରି ନେଇ ଯିବା ଉଦ୍ଦେଶ୍ୟରେ ସେ କ’ଣ ଏଠାକୁ ଆସି ନ ଥିଲା?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ଭିତ ହୋଇ କହିବାକୁ ଲାଗିଲେ, ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମ ସହରରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା, ଏ କି ସେହି ନୁହେଁ? Viz kapitola |