ଦାନିୟେଲ 3:28 - ପବିତ୍ର ବାଇବଲ28 ତା'ପରେ ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ଵର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ଵାସ କଲେ ଓ ଆପଣାମାନଙ୍କର ପରମେଶ୍ଵର ଭିନ୍ନ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ଵା ପ୍ରଣାମ ନ କରିବେ, ଏଥିପାଇଁ ରାଜବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ28 ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ। Viz kapitola |