ଗଣନା ପୁସ୍ତକ 3:38 - ପବିତ୍ର ବାଇବଲ38 ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ପୁଣି ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ଵୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା ଓ ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Viz kapitolaଓଡିଆ ବାଇବେଲ38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ। Viz kapitola |