Online Bible

- Reklamy -




ପ୍ରକାଶିତ 12:10 - ପବିତ୍ର ବାଇବଲ

10 ତା'ପରେ ମୁଁ ସ୍ୱର୍ଗରେ ଗୋଟିଏ ଉଚ୍ଚ ଧ୍ୱନି ଏହା କହିବାର ଶୁଣିଲି, “ବର୍ତ୍ତମାନ ଆମ୍ଭ ପରମେଶ୍ୱରଙ୍କ ବିଜୟ, କ୍ଷମତା, ଓ ରାଜତ୍ୱର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ୟ ଉପସ୍ଥିତ ହୋଇଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହାରେ ନିକ୍ଷେପ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆମ୍ଭ ଭାଇମାନଙ୍କ ବିଷୟରେ ଅଭିଯୋଗ କରୁଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।

Viz kapitola kopírovat

ଓଡିଆ ବାଇବେଲ

10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 ତାହାପରେ ମୁଁ ସ୍ୱର୍ଗରେ ଉଚ୍ଚ ଧ୍ୱନିରେ ଉଚ୍ଚାରିତ ଏକ ବାଣୀ ଶୁଣିଲି: “ବର୍ତ୍ତମାନ ଈଶ୍ୱରଙ୍କ ପରିତ୍ରାଣ ଉପସ୍ଥିତ। ତାଙ୍କର ରାଜଶକ୍ତି ପରାକ୍ରମ ଓ ତାଙ୍କ ମସୀହଙ୍କ କ୍ଷମତା ପ୍ରଦର୍ଶିତ ହୋଇଛି - ଯେଉଁ କୁଚକ୍ରୀ ଦିବାରାତ୍ର ଈଶ୍ୱରଙ୍କ ସମ୍ମୁଖରେ ଠିଆହୋଇ, ଆମ ଭାଇମାନଙ୍କ ବିରୁଦ୍ଧରେ ମିଥ୍ୟା ଅଭିଯୋଗ କରୁଥିଲା, ସେ ଆଜି ସ୍ୱର୍ଗରୁ ବିତାଡ଼ିତ ହୋଇଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।

Viz kapitola kopírovat




ପ୍ରକାଶିତ 12:10

Následuj nás:

Reklamy


Reklamy