ରୋମୀୟ 15:16 - ପବିତ୍ର ବାଇବଲ16 ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି। Viz kapitolaଓଡିଆ ବାଇବେଲ16 କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି । Viz kapitolaପବିତ୍ର ବାଇବଲ (CL) NT (BSI)16 କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି। Viz kapitola |