୧ ଯୋହନ 5:16 - ଓଡିଆ ବାଇବେଲ16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ୱର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ । Viz kapitolaପବିତ୍ର ବାଇବଲ (Re-edited) - (BSI)16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ଵର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛିଜ; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ। Viz kapitolaପବିତ୍ର ବାଇବଲ (CL) NT (BSI)16 ଯଦି ତୁମର ଜଣେ ଭାି ପାପ କରୁଥିର ଦେଖ, କିନ୍ତୁ ତା’ଣ ସେହି ପାପ ମରଣାନ୍ତକ ନୁହେଁ, ତା’ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କର- ହୁଏ ତ ଈଶ୍ୱର ତାକୁ କ୍ଷମା ଦେଇ ରକ୍ଷା କରିବେ। ଯେଉଁମାନଙ୍କ ପାପ ମରଣାନ୍ତକ ନୁହେଁ, କେବଳ ସେହିମାନଙ୍କ ପାଇଁ ମୁଁ ଏ କଥା ଲେଖୁଛି।। କିନ୍ତୁ କେକେକ ପାପ ଅତି ମାରାତ୍ମକ; ସେ ବିଷୟରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବା ପାଇଁ ମୁଁ କହୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ। Viz kapitolaପବିତ୍ର ବାଇବଲ16 ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ। Viz kapitola |