Online Bible

- Reklamy -




1 ଶାମୁୟେଲ 20:3 - ଓଡିଆ ବାଇବେଲ

3 ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପହଣ୍ତେ ମାତ୍ର ଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”

Viz kapitola kopírovat

ପବିତ୍ର ବାଇବଲ

3 କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା'ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”

Viz kapitola kopírovat




1 ଶାମୁୟେଲ 20:3

Následuj nás:

Reklamy


Reklamy