ପ୍ରେରିତ 13:11 - ଓଡିଆ ବାଇବେଲ11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାକୁ ଘୋଡ଼ାଇ ପକାଇଲା, ତେଣୁ ତାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେତେଣେ ଦରାଣ୍ତି ଲୋକ ଖୋଜିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ (CL) NT (BSI)11 ବର୍ତ୍ତମାନ ତୁ ଈଶ୍ୱରଙ୍କ ହସ୍ତରେ ଦଣ୍ଡିତ ହେବୁ। ତୁ ଅନ୍ଧ ହୋଇ କିଛି ସମୟ ପର୍ଯ୍ୟନ୍ତ ଦିବସରେ ଆଲୋକ ଦେଖିପାରିବୁ ନାହିଁ।” ସେହିକ୍ଷଣି ଏଲୀମାସର ଚକ୍ଷୁ ଘନ କୁହୁଡ଼ିରେ ଆଚ୍ଛନ୍ନ ହେବା ଭଳି ସେ ଅନୁଭବ କଲା ଓ ତା’ର ହାତ ଧରି ବାଟ କଢ଼ାଇ ନେବା ପାଇଁ ଜଣକୁ ଖୋଜିବାକୁ ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା। Viz kapitolaପବିତ୍ର ବାଇବଲ11 ଏବେ ଦେଖ, ତୁମ୍ଭ ଉପରେ ପ୍ରଭୁଙ୍କର ହାତ ଅଛି। ତୁମ୍ଭେ ଅନ୍ଧ ହୋଇଯିବ ଓ କିଛି ସମୟ ପାଇଁ ସୂର୍ଯ୍ୟ ଆଲୁଅ ମଧ୍ୟ ଦେଖି ପାରିବ ନାହିଁ।” ପ୍ରକୃତରେ ଅଲ୍ଲୀମାଙ୍କୁ ହଠାତ୍ ସବୁ ଅନ୍ଧାର ଦେଖାଗଲା ଓ ସେ ଏଣେତେଣେ ଅଣ୍ଡାଳି ହେବାକୁ ଲାଗିଲେ। ସେ ଅନ୍ଧାରରେ ଅଣ୍ଡାଳି ଅଣ୍ଡାଳି ଗୋଟିଏ ଲୋକ ଖୋଜିଲେ, ଯିଏ କି ତାହାଙ୍କ ହାତ ଧରି ବାଟ ଦେଖାଇ ପାରିବ। Viz kapitola |