ଗାଲାତୀୟ 3:19 - ଓଡିଆ ବାଇବେଲ19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା ? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା । Viz kapitolaପବିତ୍ର ବାଇବଲ (Re-edited) - (BSI)19 ତେବେ ବ୍ୟବସ୍ଥା କାହିଁକି ଦତ୍ତ ହେଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି ତାହା ଦୂତମାନଙ୍କ ଦ୍ଵାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା। Viz kapitolaପବିତ୍ର ବାଇବଲ (CL) NT (BSI)19 ତେବେ ବ୍ୟବସ୍ଥା କାହିଁକି ପ୍ରଦତ୍ତ ହେଲା? ମନୁଷ୍ୟର ଅସତ୍ କାର୍ଯ୍ୟ ସବ ଦର୍ଶାଇ ଦେବା ତାହାର ଉଦ୍ଦେଶ୍ୟ ଥିଲା ଏବଂ ଅବ୍ରାହାମଙ୍କର ଯେଉଁ ବଂଶଧରଙ୍କୁ ଲକ୍ଷ୍ୟ କରି ଈଶ୍ୱର ଉକ୍ତ ପ୍ରତିଜ୍ଞା କରିଥିଲେ, ସେହି ବ୍ୟକ୍ତିଙ୍କର ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥାର ଆବଶ୍ୟକତା ଥିଲା। ଜଣେ ମନୁଷ୍ୟର ମଧ୍ୟସ୍ଥତାରେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା। Viz kapitolaପବିତ୍ର ବାଇବଲ19 ତା'ହେଲେ ବ୍ୟବସ୍ଥାର ପ୍ରୟୋଜନ କ’ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦେଖାଇବା ଲାଗି ବ୍ୟବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶେଷ ସନ୍ତାନଙ୍କ ଆସିବା ପର୍ଯ୍ୟନ୍ତ ବ୍ୟବସ୍ଥା ଜାରି ରହିବାର ଥିଲା। ପରମେଶ୍ୱରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧରେ ଥିଲା। ବ୍ୟବସ୍ଥାଗୁଡ଼ିକ ସ୍ୱର୍ଗଦୂତମାନଙ୍କ ଜରିଆରେ ଦିଆଯାଇଥିଲା। ସ୍ୱର୍ଗଦୂତମାନେ ମୋଶାଙ୍କ ମଧ୍ୟସ୍ଥତାରେ ମନୁଷ୍ୟମାନଙ୍କୁ ଦେଲେ। Viz kapitola |