ମାଥିଉ 23:23 - ଓଡିଆ ବାଇବେଲ23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ । Viz kapitolaପବିତ୍ର ବାଇବଲ (Re-edited) - (BSI)23 ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ଵାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହିସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ। Viz kapitolaପବିତ୍ର ବାଇବଲ (CL) NT (BSI)23 “ଆହେ ଧର୍ମଗୁରୁ ଓ ଫାରୁଶୀଗଣ, ତୁମର ପରିଣତି କେଡ଼େ ଶୋଚନୀୟ! ତୁମେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପୋଦିନା, ପାନ ମହୁରୀ ଓ ଜିରାର ମଧ୍ୟ ଦଶମାଂଶ ଦାନ କରୁଥାଅ; କିନ୍ତୁ ନ୍ୟାୟ, ଦୟା, ସାଧୁତା ଆଦି ବ୍ୟବସ୍ଥାର ପ୍ରଧାନ ପ୍ରଧାନ ବିଷୟଗୁଡ଼ିକୁ ଅବହେଳା କରୁଛ। ବ୍ୟବସ୍ଥାର ଏ ବିଷୟଗୁଡ଼ିକୁ ଆଗେ ଅଭ୍ୟାସ କରିବା ଉଚିତ୍। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ପାନମହୁରୀ ଓ ଜୀରାର ଦଶମାଂଶ ଦେଉଥାଅ, ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟଗୁଡ଼ିକ, ନ୍ୟାୟବିଚାର, ଦୟା ଓ ବିଶ୍ୱାସ, ଏହାସବୁ ପରିତ୍ୟାଗ କରିଅଛ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ। Viz kapitolaପବିତ୍ର ବାଇବଲ23 “ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖରେ ଯାହା ଅଛି, ତା'ର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ୟ ଦଶ ଭାଗରୁ ଏକ ଭାଗ ତୁମ୍ଭେ ପରମେଶ୍ୱରଙ୍କୁ ଦେଉଛ, କିନ୍ତୁ ତୁମ୍ଭେମାନେ ନିୟମର ଅଧିକ ନ୍ୟାୟ, ଦୟା ଓ ବିଶ୍ୱାସ ଭଳି ମହତ୍ତ୍ୱପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁ ନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚିତ୍। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ୟ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚିତ୍। Viz kapitola |