Biblia Todo Logo
Online Bible

- Advertisements -




ଫିଲିପୀୟ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

See the chapter Copy

ଓଡିଆ ବାଇବେଲ

3 ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;

See the chapter Copy

ପବିତ୍ର ବାଇବଲ (CL) NT (BSI)

3 ନିଜର ସ୍ୱାର୍ଥସିଦ୍ଧି ପାଇଁ କିମ୍ବା ବଡ଼ିମା ଦେଖାଇ ହେବା ପାଇଁ କୌଣସି କାର୍ଯ୍ୟ କର ନାହିଁ। କିନ୍ତୁ ଅନ୍ୟମାନଙ୍କୁ ନିଜଠାରୁ ଶ୍ରେଷ୍ଠ ମନେକରି ପରସ୍ପର ପ୍ରତି ନମ୍ର ବ୍ୟବହାର କର।

See the chapter Copy

ପବିତ୍ର ବାଇବଲ

3 ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।

See the chapter Copy




ଫିଲିପୀୟ 2:3
24 Cross References  

ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ।


କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ?


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


ଅର୍ଥାତ୍‍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।


ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,


ଅତଏବ, ଈଶ୍ବରଙ୍କ ମନୋନୀତ ସାଧୁ ଓ ପ୍ରିୟ ଲୋକ ହୋଇ କୋମଳ ହୃଦୟ, ଦୟା, ନମ୍ରତା, ମୃଦୁତା ଓ ଦୀର୍ଘସହିଷ୍ଣୁତା ପରିଧାନ କର।


କିନ୍ତୁ ଏବେ ତୁମ୍ଭେମାନେ ମଧ୍ୟ ଏହିସବୁ ବିଷୟ, ଅର୍ଥାତ୍‍ କ୍ରୋଧ, ରାଗ, ହିଂସା, ନିନ୍ଦା, ମୁଖରୁ କୁତ୍ସିତ ବାକ୍ୟ ଏହିସବୁ ପରିତ୍ୟାଗ କର।


ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,


ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


Follow us:

Advertisements


Advertisements