Biblia Todo Logo
Online Bible

- Advertisements -




ଫିଲିପୀୟ 1:29 - ପବିତ୍ର ବାଇବଲ (CL) NT (BSI)

29 କେବଳ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ନୁହେଁ, ତାଙ୍କ ନିମନ୍ତେ କ୍ଲେଶଭୋଗ କରିବା ଦ୍ୱାରା ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସେବା କରିବା ପାଇଁ ସୁଯୋଗ ଦିଆଯାଇଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି;

See the chapter Copy

ଓଡିଆ ବାଇବେଲ

29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;

See the chapter Copy

ପବିତ୍ର ବାଇବଲ

29 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ନିମନ୍ତେ କେବଳ ପରମେଶ୍ୱର ତୁମ୍ଭକୁ ସୁଯୋଗ ଦେଇଛନ୍ତିା ତାହା ଯଥେଷ୍ଟ ନୁହେଁ, ଖ୍ରୀଷ୍ଟଙ୍କ ପାଇଁ ଦୁଃଖ ଭୋଗ କରିବା ନିମନ୍ତେ ମଧ୍ୟ ତୁମ୍ଭମାନଙ୍କୁ ସୁଯୋଗ ଦେଇଛନ୍ତି। ଏହି ଉଭୟ ବିଷୟ ଯୀଶୁ ଖ୍ରୀଷ୍ଟଙ୍କୁ ଗୌରବାନ୍ୱିତ କରେ।

See the chapter Copy




ଫିଲିପୀୟ 1:29
14 Cross References  

ଯୀଶୁ କହିଲେ, “ଧନ୍ୟ ତୁମେ ଯୂନସଙ୍କ ପୁତ୍ର, ପିତର! ଏହି ସତ୍ୟ ତୁମେ କୌଣସି ମନୁଷ୍ୟଠାରୁ ପାଇ ନାହିଁ। ମୋର ସ୍ୱର୍ଗସ୍ଥ ପିତା ନିଜେ ଏହା ତୁମଠାରେ ପ୍ରକାଶ କରିଛନ୍ତି।


ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”


ସେମାନେ ଆଣ୍ଟିୟୋଖରେ ପହଞ୍ଚି ମଣ୍ଡଳୀର ଲୋକମାନଙ୍କୁ ଏକତ୍ରିତ କଲେ। ଈଶ୍ୱର ସେମାନଙ୍କ ପ୍ରତି ଯାହାସବୁ କରିଥିଲେ ଓ ଅଣଇହୁଦୀମାନଙ୍କ ବିଶ୍ୱାସ ପାଇଁ କିପରି ପଥ ଉନ୍ମୁକ୍ତ କରିଥିଲେ, ସେସବୁ ସେମାନଙ୍କୁ ଜଣାଇଲେ।


ପ୍ରେରିତ ଶିଷ୍ୟମାନେ ଆନନ୍ଦରେ ମହାସଭାରୁ ପ୍ରସ୍ଥାନ କଲେ, କାରଣ ଈଶ୍ୱରଙ୍କ ଦୃଷ୍ଟିରେ ସେମାନେ ଯୀଶୁଙ୍କ ନିମନ୍ତେ ଅପମାନ ଭୋଗ କରିବାକୁ ଯୋଗ୍ୟ ବିବେଚିତ ହୋଇଥିଲେ।


ସବୁ ପ୍ରକାର ଦୁଃଖ କ୍ଲେଶରେ ମଧ୍ୟ ଆମ୍ଭେମାନେ ଆନନ୍ଦ ଅନୁଭବ କରୁଛୁ, କାରଣ ବିଚଳିତ ନ ହୋଇ କ୍ଳେଶ ସହିବା ଦ୍ୱାରା ମନରେ ଧୈର୍ଯ୍ୟ ଆସେ।


କାରଣ ଈଶ୍ୱରଙ୍କ ଅନୁଗ୍ରହ ହେତୁ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଛ। ଏହା ତୁମ ନିଜ ପ୍ରଚେଷ୍ଟାର ଫଳ ନୁହେଁ, ମାତ୍ର ଈଶ୍ୱରଙ୍କ ଦାନ ଅଟେ। ତେଣୁ ଏ ବିଷୟରେ କେହି ଦର୍ପ କରିପାରିବ ନାହିଁ।


କାରଣ ଜଳଦୀକ୍ଷା ଗ୍ରହଣ କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହୋଇଥିଲ ଏବଂ ଯୀଶୁ ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ସକ୍ରିୟ ଶକ୍ତିରେ ବିଶ୍ୱାସ କରିବା ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ତୁମ୍ଭେମାନେ ମଧ୍ୟ ପୁନରୁତ୍ଥିତ ହୋଇଅଛ।


ଭାଇମାନେ, ଜୀବନ ଯାତ୍ରାରେ ନାନଦି ଦୁଃଖକଷ୍ଟ ଆସିଲେ, ତାହା ସୌଭାଗ୍ୟର ବିଷୟ ବୋଲି କନେକର।


ବରଂ ଆନନ୍ଦିତ ହୁଅ, କାରଣ ତୁମ୍ଭେମାନେ ଖ୍ରୀଷ୍ଟଙ୍କ କ୍ଳେଶଭୋଗର ଅଂଶୀ ହେବାରୁ ତାଙ୍କର ମହିମା ପ୍ରକାଶିତ ହେବା ସମୟରେ ର୍ତୁମ୍ଭମାନେ ଆନନ୍ଦରେ ପରିପୂର୍ଣ୍ଣ ହେବ।


Follow us:

Advertisements


Advertisements