Biblia Todo Logo
Online Bible

- Advertisements -




ଫିଲିପୀୟ 2:19 - ପବିତ୍ର ବାଇବଲ (CL) NT (BSI)

19 ପ୍ରଭୁଙ୍କର ଇଚ୍ଛା ଥିଲେ, ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇ ପାରିବି ବୋଲି ମୁଁ ଆଶା କରେ। ତାହାହେଲେ, ତୁମ୍ଭମାନଙ୍କର ସମ୍ବାଦ ପାଇ ମୁଁ ଉତ୍ସାହିତ ହେବି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।

See the chapter Copy

ଓଡିଆ ବାଇବେଲ

19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି।

See the chapter Copy

ପବିତ୍ର ବାଇବଲ

19 ପ୍ରଭୁ ଯୀଶୁଙ୍କଠାରେ ମୁଁ ଆଶାକରେ ଯେ ତୀମଥିଙ୍କୁ ଖୁବ୍ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାଇବି। ତୁମ୍ଭେମାନେ କିପରି ଅଛ ଜାଣି ମୁଁ ଆନନ୍ଦିତ ହେବି।

See the chapter Copy




ଫିଲିପୀୟ 2:19
22 Cross References  

ତା’ ଉପରେ ସବୁ ଜାତିର ଲୋକେ ଭରସା ରଖିବେ।”


ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ଗଲେ। ସେଠାରେ ତୀମଥି ନାମକ ଜଣେ ଖ୍ରୀଷ୍ଟିୟାନ ବାସ କରୁଥିଲେ। ସେ ଜଣେ ଖ୍ରୀଷ୍ଟ ବିଶ୍ୱାସୀ ଇହୁଦୀ ମହିଳାର ପୁତ୍ର। କିନ୍ତୁ ତାଙ୍କ ପିତା ଜଣେ ଗ୍ରୀକ୍ ଲୋକ ଥିଲେ।


ଏବଂ ଯିଶାଇୟ କହିଛନ୍ତି: “ଯେଶିଙ୍କ ଜଣେ ବଂଶଧର ଆବିର୍ଭୁତ ହେବେ, ସେ ଅଣଇହୁଦୀମାନଙ୍କୁ ଶାସନ କରିବେ ଓ ସେମାନେ ତାଙ୍କଠାରେ ଭରସା ରଖିବେ।”


ମୋର ସହକର୍ମୀ ତୀମଥି ଓ ଆମର ଇହୁଦୀ ଭାଇମାନେ ଲୁକିୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଛନ୍ତି।


ଖ୍ରୀଷ୍ଟୀୟ ଜୀବନରେ ମୋର ଅତି ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ ତୀମଥିଙ୍କୁ ତୁମ ନିକଟକୁ ପଠାଉଛି। ମୁଁ ଖ୍ରୀଷ୍ଟଙ୍କଠାରେ ରହି ଯେଉଁ ନୂତନ ଜୀବନଯାପନ କରୁଛି ଏବଂ ସର୍ବତ୍ର ସମସ୍ତ ମଣ୍ଡଳୀମାନଙ୍କରେ ଯେଉଁ ସବୁ ଶିକ୍ଷା ଦେଉଛି, ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦେବେ।


ତୁମ୍ଭେମାନେ ମଧ୍ୟ ଯେତେବେଳେ ପରିତ୍ରାଣ ପ୍ରଦାୟକ ଏହି ସୁସମାଚାରର ସତ୍ୟବାର୍ତ୍ତା ଶୁଣିଲ, ସେହି ସମୟରୁ ଈଶ୍ୱରଙ୍କର ହୋଇଅଛ। ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରିବାରୁ, ଈଶ୍ୱର ତାଙ୍କ ପ୍ରତିଜ୍ଞା ଅନୁଯାୟୀ ପବିତ୍ରଆତ୍ମାଙ୍କୁ ଦାନ କରି ତୁମ୍ଭମାନଙ୍କ ଉପରେ ତାଙ୍କ ସ୍ୱତ୍ୱ ମୁଦ୍ରାଙ୍କିତ କରିଛନ୍ତି।


ଫିଲିପୀ ମଣ୍ଡଳୀର ବିଶପ୍‌ମାନଙ୍କୁ, ଦୀକନମାନଙ୍କୁ ଓ ଖ୍ରୀଷ୍ଟିବିଶ୍ୱାସୀ ସମସ୍ତଙ୍କୁ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ପାଉଲ ଓ ତୀମଥିଙ୍କର ପତ୍ର:-


ତୁମ୍ଭେମାନେ ମଧ୍ୟ ସେହିପରି ଉଲ୍ଲାସ କରିବା ଉଚିତ ଏବଂ ସେହି ଆନନ୍ଦରେ ମୋତେ ମଧ୍ୟ ଅଂଶୀ କରାଅ।


ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବାକୁ ଉକ୍ରଣ୍ଠିତ, କାରଣ ତାଙ୍କୁ ଦେଖିଲେ, ତୁମ୍ଭେମାନେ ପୁନର୍ବାର ଆନନ୍ଦିତ ହେବ ଓ ମୋର ଦୁଃଖ ମଧ୍ୟ ଅପସରି ଯିବ।


କିନ୍ତୁ ତୁମକୁ ବଳିଷ୍ଠ କରିବାକୁ ଓ ତୁମର ବିଶ୍ୱାସ ଦୃଢ଼ କରିବା ପାଇଁ ତୁମ ନିକଟକୁ ଆମ ଭାଇ ତୀମଥିଙ୍କୁ ପଠାଇବୁ। ସେ ଆମ ସହିତ ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରି ଈଶ୍ୱରଙ୍କ ସେବା କରୁଛନ୍ତି।


ତେଣୁ ତୀମଥିଙ୍କୁ ପଠାଇଲି। ମୁଁ ଆଉ ନିଶ୍ଚିନ୍ତ ହୋଇ ରହିପାରିଲି ନାହିଁ। ତୁମ୍ଭେମାନେ ତୁମ ବିଶ୍ୱାସରେ ଅଟଳ ରହିଛି କି ନାହିଁ, ଜାଣିବା ନିମନ୍ତେ ମୁଁ ତାଙ୍କୁ ପଠାଇଲି। ସତେ କଅଣ ଶୟତାନ ତୁମ୍ଭମାନଙ୍କୁ ପ୍ରଲୋଭିତ କରିଥିବ ଓ ଆମର ସମସ୍ତ କାର୍ଯ୍ୟ ବିଫଳ ହୋଇଥିବ? ନା, ଏହା କଦାପି ସମ୍ଭବ ନୁହେଁ।


ଭାଇମାନେ! ତୁମ ପାଇଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମର କର୍ତ୍ତବ୍ୟ। ଆମ ପକ୍ଷରେ ଏହା ଉଚିତ ବୋଲି ଆମେ ମନେ କରୁଛୁ, କାରଣ ତୁମ୍ଭମାନଙ୍କର ବିଶ୍ୱାସ ଉତ୍ତରୋତ୍ତର ବୃଦ୍ଧି ପାଉଛି ଓ ତୁମ୍ଭେମାନେ ପରସ୍ପରକୁ ଅଧିକ ପ୍ରେମ କରୁଛ।


ସେଥିଯୋଗୁଁ ମୁଁ ଏ ସବୁ ଦୁଃଖଭୋଗ କରୁଛି। ଯାହାଙ୍କୁ ମୁଁ ବିଶ୍ୱାସ କରୁଛି, ମୁଁ ତାଙ୍କର ସ୍ପଷ୍ଟ ପରିଚୟ ପାଇଛି ଏବଂ ସେ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, ତାହା ତୁଲାଇବାକୁ ମହାବିଚାର ଦିନ ପର୍ଯ୍ୟନ୍ତ ସେ ମୋତେ ନିରାପଦରେ ରଖିବେ, ଏହା ନିଶ୍ଚିତଭାବେ ଜାଣି ମୁଁ ଏ ପର୍ଯ୍ୟନ୍ତ ପୂରାପୂରି ଆଶାବାଦୀ ହୋଇ ରହିଛି।


ତେଣୁ ତୁମର କହିବା ଉଚିତ “ପ୍ରଭୁଙ୍କ ଇଚ୍ଛା ହେଲେ, ଆମେ ବଞ୍ଚିରହି ଏହା କରିବା ବା ତାହା କରିବା।”


ତାଙ୍କ ଯୋଗୁଁ ତୁମ୍ଭେମାନେ ଈଶ୍ୱରବିଶ୍ୱାସୀ ହୋଇଛ। ତାଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରାଇ ମହିମାନ୍ୱିତ କରିଥିବା ଈଶ୍ୱରଙ୍କ ଉପରେ ତୁମ୍ର ବିଶ୍ୱାସ ଓ ଭରସା ଦୃଢ଼ ହୋଇଛି।


Follow us:

Advertisements


Advertisements