Biblia Todo Logo
Online Bible

- Advertisements -




ଫିଲିପୀୟ 2:27 - ପବିତ୍ର ବାଇବଲ (CL) NT (BSI)

27 ପ୍ରକୃତରେ ସେ ଅସୁସ୍ଥ ହୋଇ ମୃତପ୍ରାୟ ହୋଇଥିଲେ। କିନ୍ତୁ ତାଙ୍କୁ ଈଶ୍ୱର କୃପା କରିଛନ୍ତି। କେବଳ ତାଙ୍କ ପ୍ରତି ନୁହେଁ, ମୋ’ ପ୍ରତି ମଧ୍ୟ ତାଙ୍କର ଅନୁକମ୍ପା ଥିବାରୁ ମୋତେ ଦୁଃଖ ଉପରେ ଦୁଃଖ ଭୋଗିବାକୁ ଦେଇ ନାହାନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।

See the chapter Copy

ଓଡିଆ ବାଇବେଲ

27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ୱର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋ' ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋ' ଉପରେ ମଧ୍ୟ ଦୟା କଲେ ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ।

See the chapter Copy

ପବିତ୍ର ବାଇବଲ

27 ସେ ଅସୁସ୍ଥ ଥିଲେ ଓ ମୃତ୍ୟୁର ଦ୍ୱାର ଦେଶରେ ଥିଲେ। କିନ୍ତୁ ପରମେଶ୍ୱର ତାହାଙ୍କୁ ଓ ମୋତେ ମଧ୍ୟ ସାହାଯ୍ୟ କଲେ, ଯେପରି ମୋ’ ପାଇଁ ଅଧିକ ଦୁଃଖ ନ ଘଟେ।

See the chapter Copy




ଫିଲିପୀୟ 2:27
23 Cross References  

ସେହି ସମୟରେ ଅସୁସ୍ଥ ହୋଇ ସେ ପ୍ରାଣତ୍ୟାଗ କଲେ। ବନ୍ଧୁମାନେ ତାଙ୍କ ଶରୀରକୁ ସ୍ନାନ କରାଇ ଉପର ମହଲାରେ ଶୁଆଇ ଦେଲେ।


ତୁମେ ଯେଉଁ ସକଳ ପରୀକ୍ଷାର ସମ୍ମୁଖୀନ ହୋଇଛ, ଲୋକେ ସାଧାରଣତଃ ସେହି ପ୍ରକାର ପରୀକ୍ଷାର ସମ୍ମୁଖୀନ ହୋଇଥାନ୍ତି, କିନ୍ତୁ ଈଶ୍ୱର ତାଙ୍କ ପ୍ରତିଜ୍ଞା ରକ୍ଷାରେ ବିଶ୍ୱସ୍ତ। ସେ ତୁମ୍ଭମାନଙ୍କୁ ତୁମ ଶକ୍ତିର ବାହାରେ ପରୀକ୍ଷିତ ହେବାକୁ ଦେବେ ନାହିଁ। ତୁମେ ପରୀକ୍ଷିତ ହେବାବେଳେ, ସହ୍ୟ କରିବା ପାଇଁ ଈଶ୍ୱର ତୁମକୁ ଶକ୍ତି ଯୋଗାଇ ଦେବେ ଓ ଉଦ୍ଧାରର ପଥ ଦେଖାଇ ଦେବେ।


ସେ ଯେପରି ଅଧିକ ଦୁଃଖରେ ଅଭିଭୂତ ନ ହୁଏ, ସେଥିପାଇଁ ବର୍ତ୍ତମାନ ତାକୁ କ୍ଷମା ଓ ସାନ୍ତ୍ୱନାଦେବା ତୁମ୍ଭମାନଙ୍କର କର୍ତ୍ତବ୍ୟ।


ସେ ତୁମ ସମସ୍ତଙ୍କୁ ଦେଖିବା ନିମନ୍ତେ ଉତ୍ସୁକ ଓ ତୁମ୍ଭେମାନେ ତାଙ୍କର ଅସୁସ୍ଥତା ସମ୍ବାଦ ଶୁଣିଥିବାରୁ ସେ ଦୁଃଖିତ।


ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବାକୁ ଉକ୍ରଣ୍ଠିତ, କାରଣ ତାଙ୍କୁ ଦେଖିଲେ, ତୁମ୍ଭେମାନେ ପୁନର୍ବାର ଆନନ୍ଦିତ ହେବ ଓ ମୋର ଦୁଃଖ ମଧ୍ୟ ଅପସରି ଯିବ।


କାରଣ ତୁମ୍ଭେମାନେ ମୋତେ ଯେଉଁ ସାହାଯ୍ୟ ଦେଇ ପାରିଲ ନାହିଁ, ଖ୍ରୀଷ୍ଟଙ୍କ କାର୍ଯ୍ୟ ସିଦ୍ଧି ଲାଗି ସେ ତା’ ମୋ’ ପାଇଁ କରିବାକୁ ଯାଇ ନିଜ ଜୀବନକୁ ବିପନ୍ନ କଲେ ଓ ମୃତ୍ୟୁର ସମ୍ମୁଖୀନ ହୋଇଥିଲେ।


Follow us:

Advertisements


Advertisements