Biblia Todo Logo
Online Bible

- Advertisements -




ଫିଲିପୀୟ 3:21 - ପବିତ୍ର ବାଇବଲ (CL) NT (BSI)

21 ଯେଉଁ ଶକ୍ତି ବଳରେ ସେ ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ସେହି ଶକ୍ତି ପ୍ରୟୋଗ କରି ସେ ଆମର ଦୁର୍ବଳ ମରଶରୀରକୁ ତାଙ୍କର ଗୌରବମୟ ଶରୀର ସଦୃଶ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।

See the chapter Copy

ଓଡିଆ ବାଇବେଲ

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।

See the chapter Copy

ପବିତ୍ର ବାଇବଲ

21 ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।

See the chapter Copy




ଫିଲିପୀୟ 3:21
18 Cross References  

ଶିଷ୍ୟମାନେ ଦେଖୁ ଦେଖୁ ଯୀଶୁଙ୍କର ଗୋଟିଏ ଅପୂର୍ବ ପରିବର୍ତ୍ତନ ହେଲା। ତାଙ୍କ ମୁଖ ସୂର୍ଯ୍ୟପରି ଉଜ୍ଜ୍ୱଳ ହେଲା ଏବଂ ତାଙ୍କ ପୋଷାକ ଆଲୋକ ପରି ଶୁଭ୍ର ଦେଖାଗଲା।


ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କେଡ଼େ ଭ୍ରାନ୍ତ! ଶାସ୍ତ୍ର ବା ଈଶ୍ୱରଙ୍କ ଶକ୍ତି ବିଷୟରେ ତୁମ୍ଭମାନଙ୍କର ସଠିକ୍ ଧାରଣା ନ ଥିବାରୁ ଏକଥା ପଚାରୁଛ।


କେତେକ ଅବିଶ୍ୱାସ କରିବାରୁ, ଯୀଶୁ ସେମାନଙ୍କ ପାଖକୁ ଆସି କହିଲେ, “ସ୍ୱର୍ଗ ଓ ଜଗତର ସମସ୍ତ କର୍ତ୍ତାପଣ ମୋତେ ଦିଆଯାଇଛି।


ଯେଉଁମାନଙ୍କୁ ଈଶ୍ୱର ମନୋନୀତ କରିଛନ୍ତି, ସେମାନଙ୍କୁ ତାଙ୍କ ପୁତ୍ରଙ୍କ ଅନୁରୂପ ହେବା ପାଇଁ ଆଗରୁ ନିରୂପଣ କରିଛନ୍ତି ତାହାହେଲେ, ଈଶ୍ୱରଙ୍କ ପୁତ୍ର ସେମାନଙ୍କର ଅଗ୍ରଜ ହେବେ।


ଖ୍ରୀଷ୍ଟ ହିଁ ତୁମର ଜୀବନ ଏବଂ ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ଗୌରବର ଅଂଶୀ ହୋଇ ପ୍ରକାଶିତ ହେବ।


ପ୍ରିୟ ବନ୍ଧୁଗଣ, ଏବେ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ, କିନ୍ତୁ ଭିବ୍ୟଷ୍ୟତରେ କଅଣ ହେବୁ, ଏକଥା ଅହୁରି ପ୍ରକାଶ ପାଇ ନାହିଁ। ଏତିକି ମାତ୍ର ଆମ୍ଭେମାନେ ଜାଣୁ: ଯେତେବେଳେ ଖ୍ରୀଷ୍ଟ ପୁନର୍ବାର ଆସିବେ, ଆମେ ତାଙ୍କର ପ୍ରକୃତ ସ୍ୱରୂପ ଦେଖି ତାଙ୍କ ପରି ହେବୁ।


ପ୍ରଭୁ ସର୍ବଶକ୍ତିମାନ ଈଶ୍ୱର କହନ୍ତି, “ମୁଁ କ ଓ କ୍ଷ”, ସେ ଅତୀତରେ ଥିଲେ, ବର୍ତ୍ତମାନ ଅଛନ୍ତି, ପୁଣି ଭବିଷ୍ୟତ୍ରେ ଆସିବେ।


Follow us:

Advertisements


Advertisements