Online Bible

- Advertisements -




ଫିଲିପୀୟ 3:8 - ପବିତ୍ର ବାଇବଲ (CL) NT (BSI)

8 କେବଳ ସେତିକି ନୁହେଁ: ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ଯେଉଁ ବିପୁଳ ଐଶ୍ୱର୍ଯ୍ୟ ଲାଭ କରିଛି, ତା’ ତୁଳନାରେ ଅନ୍ୟ ସମସ୍ତ ବିଷୟକୁ ମୁଁ ଏବେ ଅସାର ମଣୁଛି। ତାଙ୍କ ନିମନ୍ତେ ମୁଁ ସବୁ କିଛି ପରିତ୍ୟାଗ କରିଛି। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଓ ତାଙ୍କ ସହିତ ସମ୍ପୂର୍ଣ୍ଣ ରୂପେ ସଂଯୁକ୍ତ ହେବା ପାଇଁ, ଅନ୍ୟ ସମସ୍ତ ବିଷୟକୁ ଆବର୍ଜ୍ଜନା ବୋଲି ମନେ କରୁଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,

See the chapter Copy

ଓଡିଆ ବାଇବେଲ

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

See the chapter Copy

ପବିତ୍ର ବାଇବଲ

8 ମୁଁ ମୋର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହେତୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନେକରେ, ସେଗୁଡ଼ିକ ମୋ’ ପାଇଁ ମୂଲ୍ୟହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟ ଗୁଡ଼ିକୁ ମହତ୍ତ୍ୱପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ୟାଗ କରିଛି। ମୁଁ ଏବେ ଜାଣେ ଯେ ସେଗୁଡ଼ିକ ମୂଲ୍ୟହୀନ ସଢ଼ାକୁଟା ପରି।

See the chapter Copy




ଫିଲିପୀୟ 3:8

Follow us:

Advertisements


Advertisements