Biblia Todo Logo
Online Bible

- Advertisements -




ଫିଲିପୀୟ 1:12 - ପବିତ୍ର ବାଇବଲ (Re-edited) - (BSI)

12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;

See the chapter Copy

ଓଡିଆ ବାଇବେଲ

12 ହେ ଭାଇମାନେ, ମୋ' ପ୍ରତି ଯାହା ଯାହା ଘଟିଅଛି, ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;

See the chapter Copy

ପବିତ୍ର ବାଇବଲ (CL) NT (BSI)

12 ହେ ଭାଇମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚାହେଁ ଯେ, ମୋ’ ପ୍ରତି ଯାହା ଯାହା ଘଟିଛି, ତାହା ସୁସମାଚାରର ଅଗ୍ରଗତିକୁ ସାହାଯ୍ୟ କରିଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;

See the chapter Copy

ପବିତ୍ର ବାଇବଲ

12 ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଜଣାଇଦେବାକୁ ଇଚ୍ଛା କରେ ଯେ ମୋ’ ପ୍ରତି ଯାହାକିଛି ଘଟିଛି, ତାହା ସୁସମାଗ୍ଭର ପ୍ରଗ୍ଭର କରିବାରେ ସାହାଯ୍ୟ କଲା।

See the chapter Copy




ଫିଲିପୀୟ 1:12
19 Cross References  

ଏଥି ମଧ୍ୟରେ ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର ସିଦ୍ଧି ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟନା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ଵ କଲେ ।


ମନୁଷ୍ୟର କ୍ରୋଧ ନିତା; ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ଵାରା ଆପଣା କଟିବନ୍ଧନ କରିବ।


ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ।)


ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ।


ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ, ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।


ଯେଉଁମାନେ ଈଶ୍ଵରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ଵର ଯେସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଏହିସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;


ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


ହେ ଫିଲିପ୍‍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ।


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି।


ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।


ସେହି ସୁସମାଚାର ସକାଶେ ମୁଁ ଅପରାଧୀ ପରି ବନ୍ଧନ ପର୍ଯ୍ୟନ୍ତ କ୍ଳେଶ ଭୋଗ କରୁଅଛି; କିନ୍ତୁ ଈଶ୍ଵରଙ୍କ ବାକ୍ୟ ଆବଦ୍ଧ ନୁହେଁ।


କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ କଲେ, ପୁଣି ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋʼ ଦ୍ଵାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇ ପାରେ ଓ ବିଜାତି ସମସ୍ତେ ତାହା ଶ୍ରବଣ କରି ପାରନ୍ତି;


Follow us:

Advertisements


Advertisements