Biblia Todo Logo
Online Bible

- Advertisements -




ଫିଲିପୀୟ 1:21 - ପବିତ୍ର ବାଇବଲ (Re-edited) - (BSI)

21 କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ।

See the chapter Copy

ଓଡିଆ ବାଇବେଲ

21 କାରଣ ମୋ' ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

21 ବାସ୍ତବିକ, ମୋ’ ଜୀବନରେ ଖ୍ରୀଷ୍ଟ ହିଁ ସର୍ବେସର୍ବା। ତେଣୁ ମୋ’ ପକ୍ଷରେ ମୃତ୍ୟୁ ଅଧିକ ଲାଭଜନକ ହେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ।

See the chapter Copy

ପବିତ୍ର ବାଇବଲ

21 ମୋର ବଞ୍ଚି ରହିବାର ଅର୍ଥ ହେଉଛି ଖ୍ରୀଷ୍ଟ। ମୃତ୍ୟୁ ମଧ୍ୟ ମୋ’ ପାଇଁ ଏକ ଲାଭ ଅଟେ।”

See the chapter Copy




ଫିଲିପୀୟ 1:21
16 Cross References  

କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି।


କାରଣ ସମସ୍ତ ବିଷୟ ତୁମ୍ଭମାନଙ୍କର; ପାଉଲ କୁହ କି ଆପଲ୍ଲ କୁହ କି କେଫା କୁହ, ଜଗତ କୁହ କି ଜୀବନ କୁହ କି ମରଣ କୁହ, ବର୍ତ୍ତମାନ ବିଷୟ କୁହ କି ଭବିଷ୍ୟତ ବିଷୟ କୁହ, ସମସ୍ତ ହିଁ ତୁମ୍ଭମାନଙ୍କର,


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ଵୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ଵରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ଵର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।


ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋʼଠାରୁ ଦୂରେ ଥାଉ; ତାହାଙ୍କ ଦ୍ଵାରା ଜଗତ ମୋʼ ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।


ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି।


କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।


ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି।


ଆମ୍ଭମାନଙ୍କର ଜୀବନ ସ୍ଵରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।


ପୁଣି ମୁଁ ସ୍ଵର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


Follow us:

Advertisements


Advertisements