Biblia Todo Logo
Online Bible

- Advertisements -




ଫିଲିପୀୟ 1:22 - ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।

See the chapter Copy

ଓଡିଆ ବାଇବେଲ

22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ' ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କ'ଣ ପସନ୍ଦ କରିବି, ତାହା ଜାଣେ ନାହିଁ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ ଯଦି ବଞ୍ଚିରହି ମୁଁ ଅଧିକ ଫଳପ୍ରଦ କାର୍ଯ୍ୟ କରିପାରେ, ତେବେ ଜୀବନ ବା ମରଣ କାହାକୁ ପସନ୍ଦ କରିବି, ମୁଁ ଠିକ୍ କରିପାରୁ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ।

See the chapter Copy

ପବିତ୍ର ବାଇବଲ

22 ଯଦି ମୁଁ ଶରୀରରେ ଜୀବିତ ରୁହେ, ତା'ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ୟୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣେନା?

See the chapter Copy




ଫିଲିପୀୟ 1:22
14 Cross References  

ତହିଁରେ ଅବିମେଲକ କହିଲେ, ଏ କର୍ମ କିଏ କଲା, ତାହା ଆମ୍ଭେ ଜାଣି ନାହୁଁ; ପୁଣି ତୁମ୍ଭେ ହିଁ ଆମ୍ଭକୁ ଜଣାଇ ନାହଁ; ଆମ୍ଭେ କେବଳ ଆଜି ଏ କଥା ଶୁଣିଲୁ।


ମାତ୍ର ଯୋଷେଫ ଅସ୍ଵୀକାର କରି ଆପଣା ପ୍ରଭୁର ଭାର୍ଯ୍ୟାକୁ କହିଲେ, ଦେଖ, ଏ ଗୃହରେ ମୋʼ ଜିମା ଯାହା ଅଛି, ମୋʼ ପ୍ରଭୁ ତହିଁର ତତ୍ତ୍ଵ ନିଅନ୍ତି ନାହିଁ, ସେ ମୋʼ ହସ୍ତରେ ଆପଣାର ସର୍ବସ୍ଵ ସମର୍ପଣ କରିଅଛନ୍ତି।


ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।


ଅନନ୍ତର ମୋଶାଙ୍କର ପର୍ବତରୁ ଓହ୍ଲାଇବାର ବିଳମ୍ଵଦେଖି ଲୋକମାନେ ହାରୋଣଙ୍କ ନିକଟରେ ରୁଣ୍ତ ହୋଇ ତାଙ୍କୁ କହିଲେ, ଉଠ, ଆମ୍ଭମାନଙ୍କର ଅଗ୍ରଗାମୀ ହେବା ପାଇଁ ଆମ୍ଭମାନଙ୍କ ନିମନ୍ତେ ଦେବତା ନିର୍ମାଣ କର, ଯେହେତୁ ଯେଉଁ ବ୍ୟକ୍ତି ମିସର ଦେଶରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ, ସେହି ମୋଶାଙ୍କ ପ୍ରତି କଅଣ ଘଟିଲା, ତାହା ଆମ୍ଭେମାନେ ଜାଣୁନାହୁଁକ୍ତ।


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।


ହେ ଭାଇମାନେ, ଅବଶିଷ୍ଟ ବିଜାତିମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପ୍ରକାରେ ମୁଁ ଯେପରି କିଛି ଫଳ ପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି - କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛିଣ- ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


ଈଶ୍ଵର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାନ୍ତି। ଏଲୀୟଙ୍କ ବିବରଣରେ ଶାସ୍ତ୍ର କଅଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ଵରଙ୍କଠାରେ ନିବେଦନ କରନ୍ତି,


କାରଣ ଆମ୍ଭେମାନେ ଶରୀରରେ ଥାଇ ଆଚରଣ କରୁଅଛୁ ସତ୍ୟ, କିନ୍ତୁ ଆମ୍ଭେମାନେ ଶାରୀରିକ ଭାବରେ ଯୁଦ୍ଧ କରୁ ନାହୁଁ,


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି।


ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ଵରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


Follow us:

Advertisements


Advertisements