Biblia Todo Logo
Online Bible

- Advertisements -




ଫିଲିପୀୟ 1:30 - ପବିତ୍ର ବାଇବଲ (Re-edited) - (BSI)

30 ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।

See the chapter Copy

ଓଡିଆ ବାଇବେଲ

30 ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

30 ବର୍ତ୍ତମାନ ଏହି ସଂଗ୍ରାମରେ ତୁମ୍ଭେମାନେ ମୋର ଅଂଶ ଗ୍ରହଣ କରିପାର। ଅତୀତରେ ତୁମ୍ଭେମାନେ ମୋତେ ଯେଉଁ ଯୁଦ୍ଧ କରିବାର ଦେଖିଥିଲ, ଏବେ ସୁଦ୍ଧା ମୁଁ ସେହି ଯୁଦ୍ଧରେ ପ୍ରବୃତ୍ତ ରହିଛି ବୋଲି ତୁମ୍ଭେମାନେ ଶୁଣିଥିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ।

See the chapter Copy

ପବିତ୍ର ବାଇବଲ

30 ମୁଁ ତୁମ୍ଭମାନଙ୍କ ସହିତ ଥିବା ବେଳେ ତୁମ୍ଭେମାନେ ମୋତେ ସୁସମାଗ୍ଭର ବିରୁଦ୍ଧରେ ଥିବା ଲୋକଙ୍କ ସହିତ ସଂଘର୍ଷ କରିବା ଦେଖିଛ। ତୁମ୍ଭେ ଏବେ ଶୁଣୁଛ ଯେ ମୁଁ ଏଠାରେ ସଂଘର୍ଷରତ। ତୁମ୍ଭେମାନେ ମଧ୍ୟ ସେହିଭଳି ଏବେ ସଂଘର୍ଷରତ ଅଛ।

See the chapter Copy




ଫିଲିପୀୟ 1:30
21 Cross References  

ତୁମ୍ଭେମାନେ ଯେପରି ମୋʼଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।


ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋʼଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।


କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି ଯେତେ ଲୋକ ମୋହର ମୁଖ ଦେଖି ନାହାନ୍ତି, ସେସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା;


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍‍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ଵରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ଵରଙ୍କ ଦ୍ଵାରା ସାହସପ୍ରାପ୍ତ ହୋଇଥିଲୁ।


ବିଶ୍ଵାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନ; ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ଵାସ ରକ୍ଷା କରିଅଛି;


ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ଵାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ଵାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟକରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।


ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,


ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ଵାରା ତାହାକୁ ଜୟ କରିଅଛନ୍ତି, ପୁଣି ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


Follow us:

Advertisements


Advertisements