Biblia Todo Logo
Online Bible

- Advertisements -




ଫିଲିପୀୟ 2:14 - ପବିତ୍ର ବାଇବଲ (Re-edited) - (BSI)

14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,

See the chapter Copy

ଓଡିଆ ବାଇବେଲ

14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,

See the chapter Copy

ପବିତ୍ର ବାଇବଲ (CL) NT (BSI)

14 ଆପତ୍ତି ବା ତର୍କବିତର୍କ ନ କରି ସବୁ କାର୍ଯ୍ୟ କର।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,

See the chapter Copy

ପବିତ୍ର ବାଇବଲ

14 ଅଭିଯୋଗ ବା ବାଦାନୁବାଦ ନ କରି ପ୍ରତ୍ୟେକ କାର୍ଯ୍ୟ କର।

See the chapter Copy




ଫିଲିପୀୟ 2:14
36 Cross References  

ମାତ୍ର ଆପଣା ଆପଣା ତମ୍ଵୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ।


କିନ୍ତୁ ତାହା ପାଇ ସେମାନେ ଗୃହକର୍ତ୍ତାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,


ଏହି ତୈଳ ତ ଦେଢ଼ଶହ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା। ତେଣୁ ସେମାନେ ସେହି ସ୍ତ୍ରୀଲୋକଙ୍କୁ ଭର୍ତ୍ସନା କରିବାକୁ ଲାଗିଲେ।


ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।


ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?


ଏଥିରେ ପାଉଲ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନ-ମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,


ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ଵାରା ବିଜାତିମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ଵାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ଵର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ।


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା।


ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।


ବିଶ୍ଵାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ଵନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ଵାରା ବିନଷ୍ଟ ହେଲେ , ସେପରି ତୁମ୍ଭେମାନେ ବଚସା କର ନାହିଁ।


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ତଗୋଳ ହୁଏ;


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ।


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ।


ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟ; ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।


କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ଵାର୍ଥପରତା ଥାଏ, ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ।


ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି।


ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁନ୍ତ ସେ ଶାନ୍ତି ଅନ୍ଵେଷଣ କରି ସେଥିର ଅନୁଗାମୀ ହେଉ।


କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ଵାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।


Follow us:

Advertisements


Advertisements