Biblia Todo Logo
Online Bible

- Advertisements -




ଫିଲିପୀୟ 2:16 - ପବିତ୍ର ବାଇବଲ (Re-edited) - (BSI)

16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି।

See the chapter Copy

ଓଡିଆ ବାଇବେଲ

16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

16 ଅନ୍ୟମାନଙ୍କ ନିକଟରେ ଜୀବନପ୍ରଦାୟକ ବାର୍ତ୍ତା ପ୍ରଚାର କରିବାବେଳେ ତୁମେ ଆକାଶକୁ ଆଲୋକିତ କରୁଥିବା ତାରାମାନଙ୍କ ପରି ଦୀପ୍ତିମାନ ହେବା ଉଚିତ। ତୁମ୍ଭେମାନେ ଯଦି ଏପରି ହୁଅ, “ଖ୍ରୀଷ୍ଟଙ୍କ ଦିବସରେ” ତୁମ୍ଭମାନଙ୍କ ବିଷୟରେ ମୁଁ ଗର୍ବ କରିପାରିବି, କାରଣ ଏଥିରୁ ପ୍ରମାରିତ ହେବ ଯେ, ମୋର ସମସ୍ତ ଉଦ୍ୟମ ଓ କାର୍ଯ୍ୟ ନିଷ୍ଫଳ ହୋଇ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।

See the chapter Copy

ପବିତ୍ର ବାଇବଲ

16 ତୁମ୍ଭେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଶିକ୍ଷା ଦିଅ। ତେଣୁ ଖ୍ରୀଷ୍ଟଙ୍କ ଆଗମନରେ ମୁଁ ଖୁସୀ ହେବି, କାରଣ ମୁଁ ଜାଣିବି ଯେ ମୋର କାମ ବିଫଳ ହୋଇ ନାହିଁ। ମୁଁ ଜାଣିବି ଯେ ଦୌଡ଼ ପ୍ରତିଯୋଗିତାରେ ଦୌଡ଼ି ଜିତିଛି।

See the chapter Copy




ଫିଲିପୀୟ 2:16
24 Cross References  

ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ।


ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।


ମାତ୍ର ମୁଁ କହିଲି, ମୁଁ ବ୍ୟର୍ଥରେ ପରିଶ୍ରମ କରିଅଛି, ମୁଁ ନିରର୍ଥକ ଓ ଅସାରତାରେ ମୋହର ଶକ୍ତି ବ୍ୟୟ କରିଅଛି; ତଥାପି ନିଶ୍ଚୟ ମୋହର ବିଚାର ସଦାପ୍ରଭୁଙ୍କ ନିକଟରେ ଓ ମୋହର କର୍ମର ଫଳ ମୋହର ପରମେଶ୍ଵରଙ୍କଠାରେ ଅଛି।


ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର।


ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ଵରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବେ;


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବାକ୍ୟ କହିଅଛି, ସେହିସବୁ ଆତ୍ମା ଓ ଜୀବନ ଅଟେ।


ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୋ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନ; ଜୀବନର ବାକ୍ୟ ଅଛି;


ହେ ଭ୍ରାତୃବୃନ୍ଦ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ଵରଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।


ଅତଏବ ମୁଁ ଦୌଡ଼ୁଅଛି, କିନ୍ତୁ ବିନାଲକ୍ଷ୍ୟରେ ନୁହେଁ, ମୁଁ ମୁଷ୍ଟିଯୁଦ୍ଧ କରୁଅଛି, କିନ୍ତୁ ଶୂନ୍ୟକୁ ଆଘାତ କରିବା ଲୋକ ପରି ନୁହେଁ।


ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହିପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି।


ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ବିଜାତିମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ଗଣ୍ୟମାନ୍ୟ, କେବଳ ସେମାନଙ୍କୁ ପୃଥକ ଭାବରେ ବୁଝାଇଲି।


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋହର ଏହି ଭୟ ହେଉଅଛି।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ,


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ;


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ବା ଆନନ୍ଦ ବା ଦର୍ପର ମୁକୁଟ କଅଣ ଅଟେ? କି ତୁମ୍ଭେମାନେ ନୁହଁ?


ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିଥିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଥିବ, ଏହା ଆଶଙ୍କା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ଵାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି।


କାରଣ ଈଶ୍ଵରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟ-ସାଧକ, ପୁଣି ଦ୍ଵିଧାର ଖଡ଼୍‍ଗଠାରୁ ତୀକ୍ଷ୍ମତର , ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ଵରଙ୍କ ଜୀବନ୍ତ ଓ ଚିରସ୍ଥାୟୀ ବାକ୍ୟ ଦ୍ଵାରା ପୁନର୍ଜାତ ହୋଇଅଛ।


ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ଵଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ଵହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ଵରୂପ, ବାକ୍ୟ ସମ୍ଵନ୍ଧରେ ଜଣାଉଅଛୁ।


ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।


Follow us:

Advertisements


Advertisements