Biblia Todo Logo
Online Bible

- Advertisements -




ଫିଲିପୀୟ 2:6 - ପବିତ୍ର ବାଇବଲ (Re-edited) - (BSI)

6 ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,

See the chapter Copy

ଓଡିଆ ବାଇବେଲ

6 ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,

See the chapter Copy

ପବିତ୍ର ବାଇବଲ (CL) NT (BSI)

6 ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,

See the chapter Copy

ପବିତ୍ର ବାଇବଲ

6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ।

See the chapter Copy




ଫିଲିପୀୟ 2:6
37 Cross References  

ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ଵର) ରଖିବ।


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ଵାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି।


ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁୟେଲ ଦେବେ, ଏହି ନାମର ଅର୍ଥ ‘ଆମ୍ଭମାନଙ୍କ ସହିତ ଈଶ୍ଵରʼ।


କେହି କେବେ ଈଶ୍ଵରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ଵିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।


ମୁଁ ଓ ପିତା ଏକ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ଵରନିନ୍ଦା ନିମନ୍ତେ, ପୁଣି ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ଵର ବୋଲାଉଥିବାରୁ।


କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ଵାସ ନ କର, ତଥାପି ପିତା ଯେ ମୋʼଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ଵାସ କର।


ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ୍।


ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ?


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ଦ୍ଵାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ଵିତ କର।


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ଵର।


ଏହି କାରଣରୁ ଯିହୁଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ଵରଙ୍କୁ ଆପଣା ପିତା ବୋଲି କହି ନିଜକୁ ଈଶ୍ଵରଙ୍କ ସହିତ ସମାନ କରୁଥିଲେ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକ- ଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ଵର ଯୁଗେ ଯୁଗେ ଧନ୍ୟ , ଆମେନ୍।


ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ଵାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।


ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି।


ସେ ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ଵର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ଵାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି ପାପ ମାର୍ଜ୍ଜନା କଲା ଉତ୍ତାରେ, ଊର୍ଦ୍ଧ୍ଵସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବେଶନ କରିଅଛନ୍ତି,


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ଵରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।


ଅନ୍ୟ ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି ନ୍ୟାୟର ଦଣ୍ତ ତୁମ୍ଭର ରାଜଦଣ୍ତ ଅଟେ।”


ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଚିରକାଳ ସମାନ ଅଟନ୍ତି।


ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ କ ଓ କ୍ଷ, ଆଦି ଓ ଅ;। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୂଲ୍ୟରେ ପାନ କରିବାକୁ ଦେବୁ।।


Follow us:

Advertisements


Advertisements