Biblia Todo Logo
Online Bible

- Advertisements -




ଫିଲିପୀୟ 3:10 - ପବିତ୍ର ବାଇବଲ (Re-edited) - (BSI)

10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,

See the chapter Copy

ଓଡିଆ ବାଇବେଲ

10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,

See the chapter Copy

ପବିତ୍ର ବାଇବଲ (CL) NT (BSI)

10 ଏବେ ମୋର ଏକାନ୍ତ ଇଚ୍ଛା - ମୁଁ ଯେପରି ଖ୍ରୀଷ୍ଟଙ୍କୁ ଜାଣିବି ଓ ତାଙ୍କ ପୁନରୁତ୍ଥାନର ଶକ୍ତି ଅନୁଭବ କରିବି; ତାଙ୍କ କ୍ଲେଶଭୋଗର ସମବେଦନା ଅନୁଭବ କରି ମୃତ୍ୟୁରେ ମଧ୍ୟ ତାଙ୍କ ପରି ହେବି

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,

See the chapter Copy

ପବିତ୍ର ବାଇବଲ

10 ମୁଁ ଖ୍ରୀଷ୍ଟଙ୍କୁ ଜାଣିବାକୁ ଓ ମୃତ୍ୟୁରୁ ସେ ପୁନର୍ଜୀବିତ ହୋଇ ଉଠିଥିବା ଶକ୍ତିକୁ ମଧ୍ୟ ଜାଣିବାକୁ ଇଚ୍ଛା କରେ। ମୁଁ ତାହାଙ୍କ ଦୁଃଖ ଭୋଗରେ ଅଂଶୀ ହେବାକୁ ଓ ତାହାଙ୍କ ମୃତ୍ୟୁ ଭୋଗରେ ତାହାଙ୍କ ପରି ହେବାକୁ ଗ୍ଭହେଁ।

See the chapter Copy




ଫିଲିପୀୟ 3:10
34 Cross References  

ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ଵାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।


କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।


ଆଉ, ଏକମାତ୍ର ସତ୍ୟ ଈଶ୍ଵର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନ; ଜୀବନ ଅଟେ।


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ଵିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ଵରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ-ଉତ୍ତରାଧିକାରୀ ଅଟୁ।


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।


ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”


ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;


କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ଵାରା ଆମ୍ଭମାନଙ୍କର ସାନ୍ତ୍ଵନା ମଧ୍ୟ ପ୍ରଚୁର।


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ଵରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ଵରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।


ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶରେ ହତ ହୋଇଅଛି; ମୁଁ ଆଉ ଜୀବିତ ନୁହେଁ, ମାତ୍ର ଖ୍ରୀଷ୍ଟ ମୋʼଠାରେ ଜୀବିତ ଅଛନ୍ତି; ପୁଣି ମୁଁ ଶରୀରରେ ଥାଇ ବର୍ତ୍ତମାନ ଯେଉଁ ଜୀବନ ଯାପନ କରୁଅଛି, ତାହା ବିଶ୍ଵାସରେ, ଅର୍ଥାତ୍, ଈଶ୍ଵରଙ୍କ ଯେଉଁ ପୁତ୍ର ମୋତେ ପ୍ରେମ କରି ମୋʼ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, ତାହାଙ୍କଠାରେ ବିଶ୍ଵାସ କରି ଯାପନ କରୁଅଛି।


ଆଜିଠାରୁ କେହି ଆଉ ମୋତେ କଷ୍ଟ ନ ଦେଉ, କାରଣ ମୁଁ ମୋହର ଶରୀରରେ ଯୀଶୁଙ୍କ କ୍ଷତଦାଗ ବହନ କରୁଅଛି।


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ଵାସରେ ଓ ଈଶ୍ଵରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣାନୁସାରେ ପୂର୍ଣ୍ଣବୟସ୍କ ପୁରୁଷ ହେଉ,


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ତଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ଵର ତାହାଙ୍କ ସହିତ ସଜୀବ କରିଅଛନ୍ତି; ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ଵର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ଵାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ଵୁ ଯେ ତ୍ୟାଗ କରିବାକୁ ହେବ,


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ଦ୍ଵାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ଵରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି ସ୍ଵୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର କଞ୍ଚି, ଅଛି।


Follow us:

Advertisements


Advertisements