Biblia Todo Logo
Online Bible

- Advertisements -




ଫିଲିପୀୟ 3:12 - ପବିତ୍ର ବାଇବଲ (Re-edited) - (BSI)

12 ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।

See the chapter Copy

ଓଡିଆ ବାଇବେଲ

12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

12 ମୁଁ କୃତକାର୍ଯ୍ୟ ବା ସିଦ୍ଧ ହୋଇସାରିଛି ବୋଲି କହୁ ନାହିଁ। ପୁରସ୍କାର ପାଇବା ପାଇଁ ଦୌଡ଼ିବାରେ ଲାଗିଛି। ସ୍ୱୟଂ ଖ୍ରୀଷ୍ଟ ମୋତେ ଧରି ଆଣି ଏଥିରେ ନିଯୁକ୍ତ କରିଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।

See the chapter Copy

ପବିତ୍ର ବାଇବଲ

12 ମୁଁ କହୁ ନାହିଁ ଯେ ପରମେଶ୍ୱର ମୋତେ ଯେପରି ହେବାକୁ ଗ୍ଭହାନ୍ତି, ମୁଁ ଠିକ୍ ସେହିପରି ହୋଇସାରିଛି। ମୁଁ ସେହି ଲକ୍ଷ୍ୟସ୍ଥଳରେ ଏପର୍ଯ୍ୟନ୍ତ ପହଞ୍ଚି ପାରି ନାହିଁ। କିନ୍ତୁ ମୁଁ ମୋର ଚେଷ୍ଟା ଅବିରତ ଜାରି ରଖିଛି, ଯାହାଦ୍ୱାରା ସେହି ଲକ୍ଷ୍ୟ ହାସଲ କରି ପାରିବି। ଯୀଶୁ ଖ୍ରୀଷ୍ଟ ଗ୍ଭହାନ୍ତି ଯେ ମୁଁ ସେହି ଲକ୍ଷ୍ୟ ପାଇପାରେ, ସେଥିପାଇଁ ସେ ମୋତେ ନିଜର କରିଛନ୍ତି।

See the chapter Copy




ଫିଲିପୀୟ 3:12
44 Cross References  

ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା !


ସଦାପ୍ରଭୁ ମୋʼ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୋ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।


ହରିଣୀ ଯେରୂପ ଜଳସ୍ରୋତ ପାଇଁ ଧକାଏ, ସେରୂପ ହେ ପରମେଶ୍ଵର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ।


ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ।


ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକସମସ୍ତେ ତହିଁର ଅନୁଗାମୀ ହେବେ।


ମାତ୍ର ଧାର୍ମିକମାନଙ୍କ ପଥ ପ୍ରଭାତର ଆଲୁଅ ତୁଲ୍ୟ, ଯାହା ମଧ୍ୟାହ୍ନ ପର୍ଯ୍ୟନ୍ତ ଆହୁରି ଆହୁରି ତେଜସ୍କର ହୁଏ।


ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ଵେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜ୍ଞାତ ହେବା ପାଇଁ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ଅରୁଣୋଦୟର ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ , ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।


ଅତଏବ, ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ଯାଅ; କାରଣ ସେ ବିଜାତି, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ପ୍ରକାଶିତ ଈଶ୍ଵରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ।


କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।


କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖୀ ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।


ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞା ପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି ଈଶ୍ଵରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ।


ଅର୍ଥାତ୍, ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠା ପ୍ରାପ୍ତ ହୁଏ,


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍‍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;


କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ।


ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଞ୍ଚ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟ ହୁଅ।


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ଵରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ଵର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ଵାସ ଦ୍ଵାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମଫଳ ସ୍ଵରୂପେ ମନୋନୀତ କରିଅଛନ୍ତି;


ଆଉ, ଯେ ଏକ ସ୍ଵାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ସୁଖ୍ୟାତିପ୍ରାପ୍ତ, ଅର୍ଥାତ୍, ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଦୁଃଖମୋଚନ କରିଥାଏ, ପୁଣି ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି ଯେଉଁ ପବିତ୍ରତା ବିନୁ କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ସ୍ଵର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ତଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ଵର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ଵର ଆପଣା ଅନ; ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ତୁମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।


ବରଞ୍ଚ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନ; କାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।


Follow us:

Advertisements


Advertisements