Biblia Todo Logo
Online Bible

- Advertisements -




ଫିଲିପୀୟ 3:6 - ପବିତ୍ର ବାଇବଲ (Re-edited) - (BSI)

6 ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।

See the chapter Copy

ଓଡିଆ ବାଇବେଲ

6 ଉଦ୍‍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

6 ଏବଂ ମୋର ନିଷ୍ଠାପରତା ହେତୁ ମୁଁ ଖ୍ରୀଷ୍ଟୀୟ ମଣ୍ଡଳୀକୁ ଉତ୍ପୀଡ଼ନ କଲି। ବ୍ୟବସ୍ଥାର ଆଜ୍ଞା ପାଳନ ଦ୍ୱାରା ଯଦି ମନୁଷ୍ୟ ଧାର୍ମିକ ହୋଇପାରେ, ତେବେ ମୁଁ ନିଷ୍ପାପ ଥିଲି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।

See the chapter Copy

ପବିତ୍ର ବାଇବଲ

6 ଯିହୂଦୀଧର୍ମ ପାଇଁ ମୋର ଏତେ ଅଧିକ ଉଦ୍‌‌ଯୋଗ ଥିଲା ଯେ ମୁଁ ମଣ୍ଡଳୀକୁ ତାଡ଼ନା କରୁଥିଲି। ବିଶ୍ୱାସୀମାନଙ୍କୁ ତାଡ଼ନା ଦେଉଥିଲି। ମୁଁ ଯେପରି ଭାବରେ ମୋଶାଙ୍କ ନିୟମ ପାଳନ କରୁଥିଲି, କେହିହେଲେ ମୋ'ଠାରେ କୌଣସି ଦୋଷ ପାଇ ନ ଥିଲେ।

See the chapter Copy




ଫିଲିପୀୟ 3:6
25 Cross References  

ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କ ସଙ୍ଗରେ କଥାବାର୍ତ୍ତା କଲେ; ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ-ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ-ସନ୍ତାନମାନେ ସେମାନଙ୍କ ନିକଟରେ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।


ପୁଣି ସେ କହିଲେ, ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ। ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ।


ଅତିରିକ୍ତ ଧାର୍ମିକ ହୁଅ ନାହିଁ; କିଅବା ଆପଣାକୁ ଅତି ଜ୍ଞାନୀ ଦେଖାଅ ନାହିଁ; କାହିଁକି ତୁମ୍ଭେ ଆପଣାକୁ ବିନାଶ କରିବ?


ଅଥବା ଯେବେ ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,


ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୁଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ବେଶୀ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ଵର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ବିଧି ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ଵରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।


ସେମାନେ ତାହା ଶୁଣି ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, ପୁଣି ତାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ଵାସୀ ଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେସମସ୍ତେ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ସେମାନଙ୍କଠାରୁ ମୁଁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି ଦାମାସ୍କସ୍ରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।


ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନ ଯାପନ କଲି।


କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକ-ମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ତଳୀକୁ ଉଚ୍ଛିନ୍ନ କରିବାକୁ ଲାଗିଲେ।


ଆଉ, ମୁଁ ଏକ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି ମୁଁ ମୃତ ହେଲି;


ଯିହୁଦୀ ବା ଗ୍ରୀକ୍ ବା ଈଶ୍ଵରଙ୍କ ମଣ୍ତଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


କାରଣ ଈଶ୍ଵରଙ୍କ ମଣ୍ତଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।


ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;


ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;


ତେବେ ନଗରସ୍ଥ ଲୋକମାନେ ଯୋୟାଶକୁ କହିଲେ, ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।


Follow us:

Advertisements


Advertisements