Biblia Todo Logo
Online Bible

- Advertisements -




ଫିଲିପୀୟ 3:9 - ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

See the chapter Copy

ଓଡିଆ ବାଇବେଲ

9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

See the chapter Copy

ପବିତ୍ର ବାଇବଲ (CL) NT (BSI)

9 ଯେଉଁ ଧାର୍ମିକତା ବ୍ୟବସ୍ଥା ପାଳନ ଦ୍ୱାରା ଲାଭ କରାଯାଇପାରେ, ସେହି ପ୍ରକାର କୌଣସି ନିଜସ୍ୱ ଧାର୍ମିକତା ମୋର ନାହିଁ। ବର୍ତ୍ତମାନ ମୋର ଯେଉଁ ଧାର୍ମିକତା ଅଛି, ତାହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ମିଳେ; ତାହା ଈଶ୍ୱରଙ୍କଠାରୁ ଆସେ ଓ ତାହା ବିଶ୍ୱାସ ଉପରେ ପ୍ରତିଷ୍ଠିତ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,

See the chapter Copy

ପବିତ୍ର ବାଇବଲ

9 ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।

See the chapter Copy




ଫିଲିପୀୟ 3:9
56 Cross References  

ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।


ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯାʼନ୍ତି;


ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ଵନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ଵର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।


ସେସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।


ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।


ଆପଣା ଭ୍ରାନ୍ତିସବୁ କିଏ ବୁଝିପାରେ? ତୁମ୍ଭେ ଗୁପ୍ତଦୋଷରୁ ମୋତେ ପରିଷ୍କାର କର।


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ନୋହିବ ଓ ଆମ୍ଭ ପରିତ୍ରାଣର ବିଳମ୍ଵ ନୋହିବ; ଆମ୍ଭର ଗୌରବ ସ୍ଵରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।


ସେ ଆପଣା ପ୍ରାଣ-ବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ଵାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ତେବେ ମୁଁ କହିଲି, ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।


ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସିଅଛି।


ସେଥିରେ ତ ଈଶ୍ଵରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ଵାସମୂଳକ ଓ ବିଶ୍ଵାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ”।


କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ଵାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ଵୀକାର କରେ।


ମୋହର ସ୍ଵଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ଵ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଅନ; ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ଵ କରିବ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ତାଜ୍ଞା ନାହିଁ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ଵର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ତାଜ୍ଞା ଦେବା ଦ୍ଵାରା କଲେ,


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି; ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ଵରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ଵାରା ଈଶ୍ଵରଙ୍କର ଧାର୍ମିକତା ସ୍ଵରୂପ ହେଉ।


ତଥାପି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିଅଛୁ, ଯେପରି ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେଉ; କାରଣ ବ୍ୟବସ୍ଥାର କ୍ରିୟାକର୍ମ ଦ୍ଵାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।


ଯେ କେହି ଏହି ବ୍ୟବସ୍ଥାର କଥାସବୁ ପାଳିବାକୁ ତହିଁରେ ଆସ୍ଥା ନ କରେ, ସେ ଶାପଗ୍ରସ୍ତ ହେଉ। ତହିଁରେ ସମସ୍ତ ଲୋକ କହିବେ, ଆମେନ୍।


ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ଵାନରେ ଆହ୍ଵାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମାନୁସାରେ ସେ ତାହା କରି ନାହାନ୍ତି, ମାତ୍ର ତାହାଙ୍କ ନିଜ ସଂକଳ୍ପ ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି ; ସେହି ଅନୁଗ୍ରହ ଅନାଦିକାଳ ପୂର୍ବରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ପ୍ରଦତ୍ତ ହୋଇଥିଲା,


ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ଵରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ଦ୍ଵାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଯେକେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।


Follow us:

Advertisements


Advertisements