1 ଶାମୁୟେଲ 9:16 - ପବିତ୍ର ବାଇବଲ16 “ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭ ପାଖକୁ ଜଣେ ଲୋକ ପଠାଇବି। ସେ ବିନ୍ୟାମୀନୀୟ ବଂଶଧର। ତୁମ୍ଭେ ତାଙ୍କୁ ଇସ୍ରାଏଲୀୟମାନଙ୍କ ନେତା ରୂପେ ଅଭିଷିକ୍ତ କରିବ। ଏହି ଲୋକ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରୁ ରକ୍ଷା କରିବ। କାରଣ ମୁଁ ମୋର ଲୋକମାନଙ୍କର ଯନ୍ତ୍ରଣା ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଅଛି।” See the chapterପବିତ୍ର ବାଇବଲ (Re-edited) - (BSI)16 କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ଅଗ୍ରଣୀ କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ। See the chapterଓଡିଆ ବାଇବେଲ16 କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ-ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 “କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।” See the chapter |