ମାଥିଉ 13:33 - ପବିତ୍ର ବାଇବଲ33 ତା'ପରେ ଯୀଶୁ ଲୋକମାନଙ୍କୁ ଆଉ ଗୋଟିଏ କାହାଣୀ କହିଲେ: “ସ୍ୱର୍ଗରାଜ୍ୟ ଖମୀର ଭଳି। ଜଣେ ସ୍ତ୍ରୀଲୋକ ଗୋଟିଏ ବଡ଼ ପାତ୍ରରେ ଥିବା ଅଟାରେ ଖମୀର ମିଶାଇଲା। ସବୁତକ ରୋଟୀ ଫୁଲିବାରେ ଖମୀର କାମ ଦେଲା।” See the chapterପବିତ୍ର ବାଇବଲ (Re-edited) - (BSI)33 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ଵର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା। See the chapterଓଡିଆ ବାଇବେଲ33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା । See the chapterପବିତ୍ର ବାଇବଲ (CL) NT (BSI)33 ଆଉ ଥରେ ଯୀଶୁ ଉଦାହରଣ ଦେଇ କହିଲେ, “ଜଣେ ସ୍ତ୍ରୀଲୋକ ଟିକେ ଖମୀର ନେଇ ଅଧବସ୍ତା ପରିମାଣ ମଇଦାରେ ମିଶାଇଲା। ଯଥା ସମୟରେ ସବୁଯାକ ମଇଦା ତାଡ଼ିରେ ମିଶିଯାଇ ଫୁଲି ଉଠଇଲା। ସ୍ୱର୍ଗରାଜ୍ୟ ଏହିପରି ବୃଦ୍ଧି ପାଏ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ, “ସ୍ୱର୍ଗରାଜ୍ୟ ଖମୀର ସଦୃଶ; ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା।” See the chapter |