ଗଣନା ପୁସ୍ତକ 7:12 - ପବିତ୍ର ବାଇବଲ12-83 ବାର ଅଧିପତିମାନଙ୍କ ମଧ୍ୟରୁ ପ୍ରତ୍ୟେକ ଅଧିପତି ନିଜ ନିଜ ଉପହାର ଦେଲେ। ଏହି ଉପହାର ଗୁଡ଼ିକ ହେଲା: ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ। ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା। ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା। ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ। ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ। ପ୍ରଥମ ଦିନରେ ଯିହୁଦା ପରିବାରବର୍ଗର ଅଧିପତି ଅମ୍ମୀନାଦବର ପୁତ୍ର ନହଶୋନ ତାଙ୍କର ଉପହାର ଉତ୍ସର୍ଗ କଲା। ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା। ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା। ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା। ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ। ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା। ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା। ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା। ନବମ ଦିନ ବିନ୍ୟାମୀନ ସନ୍ତାନଗଣର ଅଧିପତି ଗିଦିୟୋନର ପୁତ୍ର ଅବୀଦାନ ଉପହାର ଆଣିଲା। ଦଶମ ଦିନ ଦାନ ସନ୍ତାନଗଣର ଅଧିପତି ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ଆପଣା ଉପହାର ଆଣିଲା। ଏକାଦଶ ଦିନ ଆଶେର ସନ୍ତାନଗଣର ଅଧିପତି ଅକ୍ରଣର ପୁତ୍ର ପଗୀୟେଲ ନିଜ ଉପହାର ଉତ୍ସର୍ଗ କଲା। ଦ୍ୱାଦଶ ଦିନ ନପ୍ତାଲି ସନ୍ତାନଗଣର ଅଧିପତି ଐନନର ପୁତ୍ର ଅହୀର ନିଜ ଉପହାର ଆଣିଲା। See the chapterପବିତ୍ର ବାଇବଲ (Re-edited) - (BSI)12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା; See the chapterଓଡିଆ ବାଇବେଲ12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ପ୍ରଥମ ଦିନ ଯିହୁଦା ବଂଶଜାତ ଅମ୍ମୀନାଦବର ପୁତ୍ର ନହଶୋନ ଆପଣା ଉପହାର ଉତ୍ସର୍ଗ କଲା; See the chapter |