ଫିଲିପୀୟ 1:5 - ପବିତ୍ର ବାଇବଲ5 ଲୋକମାନଙ୍କୁ ସୁସମାଗ୍ଭର ଶୁଣାଇଲା ବେଳେ, ତୁମ୍ଭମାନଙ୍କଠାରୁ ପାଇଥିବା ସାହାଯ୍ୟ ପାଇଁ ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। ବିଶ୍ୱାସ କରିବା ପ୍ରଥମଦିନଠାରୁ ଏବେ ପର୍ଯ୍ୟନ୍ତ ତୁମ୍ଭେ ସାହାଯ୍ୟ କରି ଆସୁଛ। See the chapterପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି; See the chapterଓଡିଆ ବାଇବେଲ5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି See the chapter |
ସେହି ଗୁପ୍ତ ସତ୍ୟଟି ହେଲା: ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ୟ ପରମେଶ୍ୱରଙ୍କ ସମସ୍ତ ବିଷୟର ଅଧିକାରୀ ହେବେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସେହି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱର ଯେ ସମସ୍ତ ପ୍ରତିଜ୍ଞା ଦେଇଅଛନ୍ତି, ସେମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବା ହେତୁ ସେହି ସମସ୍ତର ସହଭାଗୀ ଅଟନ୍ତି। ସୁସମାଗ୍ଭର ହେତୁରୁ ଅଣଯିହୂଦୀମାନେ ଏହିସବୁର ଅଧିକାରୀ ଅଟନ୍ତି।
ତୁମ୍ଭମାନଙ୍କ ବିଷୟରେ ମୋର ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମୋ’ ହୃଦୟରେ ସ୍ଥାନ ପାଇଛ। ତୁମ୍ଭେମାନେ ପରମେଶ୍ୱରଙ୍କ କୃପାରେ ମୋର ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘରେ ଅଛି, ଯେତେବେଳେ ମୁଁ ସୁସମାଗ୍ଭରର ପକ୍ଷ ସମର୍ଥନ କରୁଛି ଓ ଯେତେବେଳେ ମୁଁ ସୁସମାଗ୍ଭରର ସତ୍ୟ ପ୍ରମାଣିତ କରୁଛି, ସେତେବେଳେ ମଧ୍ୟ ତୁମ୍ଭେମାନେ ମୋ’ ସହିତ ପରମେଶ୍ୱରଙ୍କ ଅନୁଗ୍ରହର ସହଭାଗୀ ଅଟ।
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।