Biblia Todo Logo
Online Bible

- Advertisements -




ଫିଲିପୀୟ 2:1 - ପବିତ୍ର ବାଇବଲ

1 ଖ୍ରୀଷ୍ଟ ଯୀଶୁଙ୍କଠାରେ ଥାଇ କୌଣସି କାର୍ଯ୍ୟ କରିବାକୁ ମୁଁ ତୁମ୍ଭକୁ କହିପାରେ କି? ତୁମ୍ଭେ ମୋତେ ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଦେଇପାର କି? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତାରେ ଅଛୁ କି? ତୁମ୍ଭଠାରେ କରୁଣା ଓ ଦୟା ଅଛି କି?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ,

See the chapter Copy

ଓଡିଆ ବାଇବେଲ

1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,

See the chapter Copy

ପବିତ୍ର ବାଇବଲ (CL) NT (BSI)

1 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମ୍ଭେମାନେ ଜୀବନରେ ବଳିଷ୍ଠ ହୋଇଛ, ପୁଣି ତାଙ୍କର ପ୍ରେମ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦେଉଛି। ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ସାହଚର୍ଯ୍ୟ ଉପଭୋଗ କରୁଛ ଏବଂ ପରସ୍ପର ପ୍ରତି ତୁମ୍ଭମାନଙ୍କ ଅନୁକମ୍ପା ଓ ଦୟା ରହିଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ,

See the chapter Copy




ଫିଲିପୀୟ 2:1
42 Cross References  

ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।


ତେଣୁ ମୁଁ ଦୁଇଟି ନଗର ମୋୟାବ ଓ କୀରହେରସ ପାଇଁ ବିଶେଷ ଭାବରେ ଦୁଃଖିତ।


ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ।


“ମୁଁ ତୁମ୍ଭକୁ ଅନାଥ ପିଲାମାନଙ୍କ ପରି ଛାଡ଼ିଯିବି ନାହିଁ। ମୁଁ ତୁମ୍ଭ ପାଖକୁ ଫେରି ଆସିବି।


“ମୁଁ ତୁମ୍ଭକୁ ଶାନ୍ତି ଦେଇ ଯାଉଛି। ଏହି ଶାନ୍ତି ମୋ’ ନିଜର, ଯାହା ମୁଁ ତୁମ୍ଭକୁ ଦେଉଛି। ଜଗତ ଯେପରି ଶାନ୍ତି ଦିଏ, ତା'ଠାରୁ ଭିନ୍ନ ଶାନ୍ତି ମୁଁ ତୁମ୍ଭକୁ ଦେଉଛି। ତେଣୁ ମନରେ ଦୁଃଖ କର ନାହିଁ। ଭୟ ମଧ୍ୟ କର ନାହିଁ।


“ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ'ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।


ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ।


ବିଶ୍ୱାସୀମାନଙ୍କର ଏକ ମନ, ଏକ ଆତ୍ମା ଥିଲା। ସେମାନଙ୍କ ମଧ୍ୟରୁ କେହି କୌଣସି ଜିନିଷକୁ ନିଜର ବୋଲି କହୁ ନ ଥିଲେ। ସେମାନଙ୍କ ପାଖରେ ଯାହା ଥିଲା, ସେଥିରେ ସମସ୍ତେ ଭାଗୀଦାର ଥିଲେ।


ଏହି ଭରସା ଆମ୍ଭକୁ କେବେ ହେଲେ ନିରାଶ କରିବ ନାହିଁ। କ’ଣ ପାଇଁ? କାରଣ ପରମେଶ୍ୱର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ରେମ ଢାଳି ଦେଲେ। ପରମେଶ୍ୱର ପବିତ୍ରଆତ୍ମା ମାଧ୍ୟମରେ ତାହାଙ୍କର ପ୍ରେମ ଦେଇଛନ୍ତି। ପରମେଶ୍ୱରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ରଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।


ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।


ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି।


ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମରେ।


ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି।


ପରମେଶ୍ୱର ହେଉଛନ୍ତି ଧନ୍ୟ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଆମ୍ଭ ବିଜୟ ଅଭିଯାନରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ୟମରେ ସେ ପ୍ରତ୍ୟେକ ସ୍ଥାନରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।


ତୁମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସେହି ଆତ୍ମା “ଆ‌ବ୍‌‌‌‌ବା, ପ୍ରିୟ ପିତା” ବୋଲି ଡାକନ୍ତି।


ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,


ଶରୀର ଏକ, ପବିତ୍ରଆତ୍ମା ମଧ୍ୟ ଏକ। ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଭରସା ପାଇବା ପାଇଁ ଡାକି ଥିଲେ।


ପରମେଶ୍ୱର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟ ଯୀଶୁଙ୍କର ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭମାନଙ୍କୁ ପ୍ରେମ କରେ।


କିନ୍ତୁ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ହୋଇଥିବା ଲୋକ ଅଟୁ। ଆମ୍ଭେ ଆତ୍ମା ଦ୍ୱାରା ପରମେଶ୍ୱରଙ୍କର ସେବା କରୁ। ଆମ୍ଭେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଗର୍ବ କରୁ। ଆମ୍ଭେ ନିଜେ କିଛି କରି ପାରିବା ବୋଲି ନିଜ ଉପରେ ନିର୍ଭର କରୁ ନାହୁଁ।


ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ।


ପରମେଶ୍ୱର ତୁମ୍ଭମାନଙ୍କୁ ବାଛିଛନ୍ତି ଓ ନିଜର ପବିତ୍ର ଲୋକ ବୋଲି ଗ୍ରହଣ କରିଛନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ଅତଏବ ତୁମ୍ଭେମାନେ ସର୍ବଦା ନିମ୍ନୋକ୍ତ କାର୍ଯ୍ୟମାନ କର: ଲୋକଙ୍କୁ ଦୟା କର, କରୁଣାମୟ ହୁଅ, ନମ୍ର ହୁଅ, ଭଦ୍ର ହୁଅ, ଧୈର୍ଯ୍ୟବାନ ହୁଅ।


ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।


ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ୱରଙ୍କଠାରେ ରୁହେ ଓ ପରମେଶ୍ୱର ସେହି ଲୋକଠାରେ ରୁହନ୍ତି। ପରମେଶ୍ୱର ଯେ ଆମ୍ଭମାନଙ୍କଠାରେ ବାସ କରନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? ପରମେଶ୍ୱରଙ୍କ ଦତ୍ତ ପବିତ୍ରଆତ୍ମାଙ୍କ ଦ୍ୱାରା ଆମ୍ଭେମାନେ ତାହା ଜାଣି ପାରିବା।


କେହି କେବେ ପରମେଶ୍ୱରଙ୍କୁ ଦେଖି ନାହିଁ। କିନ୍ତୁ ଯଦି ଆମ୍ଭେ ପରସ୍ପରକୁ ପ୍ରେମ କରିବା, ତେବେ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ବାସ କରିବେ ଓ ତାହାଙ୍କର ପ୍ରେମ ଆମ୍ଭଠାରେ ସିଦ୍ଧ ହେବ।


ତେଣୁ ଆମ୍ଭେ ପରମେଶ୍ୱରଙ୍କ ପ୍ରେମକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ। ପରମେଶ୍ୱର ତ ପ୍ରେମ। ଯେଉଁ ଲୋକ ପ୍ରେମରେ ସ୍ଥିର ରହେ, ସେ ପରମେଶ୍ୱରଙ୍କଠାରେ ସ୍ଥିର ରହେ ଓ ପରମେଶ୍ୱର ତାହାଠାରେ ବାସ କରନ୍ତି।


Follow us:

Advertisements


Advertisements