ଫିଲିପୀୟ 2:12 - ପବିତ୍ର ବାଇବଲ12 ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର। See the chapterପବିତ୍ର ବାଇବଲ (Re-edited) - (BSI)12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, See the chapterଓଡିଆ ବାଇବେଲ12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, See the chapterପବିତ୍ର ବାଇବଲ (CL) NT (BSI)12 ତେଣୁ ପ୍ରିୟ ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ତୁମ୍ଭେମାନେ ଯେପରି ସବୁବେଳେ ମୋର ଆଜ୍ଞାଧୀନ ଥିଲ, ବର୍ତ୍ତମାନ ମୁଁ ତୁମଠାରୁ ଦୂରରେ ଥିବା ସମୟରେ ଅଧିକ ବିଶ୍ୱସ୍ତ ଭାବରେ ମୋର ବାଧ୍ୟ ହେବା ତୁମ୍ଭମାନଙ୍କର କର୍ତ୍ତବ୍ୟ। ତୁମର ପରିତ୍ରାଣ ସାଧନ ଯେପରି ସମ୍ପୂର୍ଣ୍ଣ ହୁଏ, ଏଥିନିମନ୍ତେ ଭୟ ଓ ପ୍ରକମ୍ପ ସହ କାର୍ଯ୍ୟ କରିଯାଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, See the chapter |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।