ଫିଲିପୀୟ 2:6 - ପବିତ୍ର ବାଇବଲ6 ଖ୍ରୀଷ୍ଟ ନିଜେ ସର୍ବୋତଭାବରେ ପରମେଶ୍ୱରଙ୍କ ସାଦୃଶ୍ୟ ଥିଲେ। ପରମେଶ୍ୱରଙ୍କ ସହିତ ସମାନ ହୋଇ ରହିବା ବିଷୟକୁ ସମ୍ପତ୍ତି ଭାବରେ ଜାବୁଡ଼ି ଧରିବା ପାଇଁ ଖ୍ରୀଷ୍ଟ ଇଚ୍ଛା କଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)6 ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, See the chapterଓଡିଆ ବାଇବେଲ6 ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, See the chapterପବିତ୍ର ବାଇବଲ (CL) NT (BSI)6 ତାଙ୍କଠାରେ ଅବିଚ୍ଛିନ୍ନଭାବେ ଐଶୀ ପ୍ରକୃତି ନିହିତ ଥିଲେ ସୁଦ୍ଧା, ସେ ସେହି ଅଧିକାରରେ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବାକୁ ଚେଷ୍ଟା କରି ନ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, See the chapter |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।