ଫିଲିପୀୟ 2:8 - ପବିତ୍ର ବାଇବଲ8 ସେ ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଆଜ୍ଞକାରୀ ହୋଇ ନିଜକୁ ନମ୍ର କଲେ। ଏପରିକି କ୍ରୁଶରେ ମୃତ୍ୟୁ ପର୍ଯ୍ୟନ୍ତ ନିଜକୁ ବାଧ୍ୟ ଓ ନମ୍ର କଲେ। See the chapterପବିତ୍ର ବାଇବଲ (Re-edited) - (BSI)8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। See the chapterଓଡିଆ ବାଇବେଲ8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । See the chapterପବିତ୍ର ବାଇବଲ (CL) NT (BSI)8 ସେ ବିନୟୀ ଓ ନମ୍ର ହୋଇ ମୃତ୍ୟୁ ପର୍ଯ୍ୟନ୍ତ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ - ଆଜ୍ଞାବହ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। See the chapter |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।