Biblia Todo Logo
Online Bible

- Advertisements -




ଫିଲିପୀୟ 3:7 - ପବିତ୍ର ବାଇବଲ

7 ସମୟ ଥିଲା, ଯେତେବେଳେ ଏଗୁଡ଼ିକ ମୋ’ ପାଇଁ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହେତୁ ସେଗୁଡ଼ିକର କିଛି ମୂଲ୍ୟ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।

See the chapter Copy

ଓଡିଆ ବାଇବେଲ

7 କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

7 କିନ୍ତୁ ଯେଉଁ ସମସ୍ତ ବିଷୟ ଲାଭଜନକ ବୋଲି ମୁଁ ମନେ କରୁଥିଲି, ତାହାକୁ ବର୍ତ୍ତମାନ ଖ୍ରୀଷ୍ଟଙ୍କ ନିମନ୍ତେ ମୁଁ କ୍ଷତିକାରକ ମନେ କରୁଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।

See the chapter Copy




ଫିଲିପୀୟ 3:7
20 Cross References  

ସେମାନେ ନଗର ବାହାରକୁ ଆସିବା ମାତ୍ରେ ଜଣେ ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭର ଜୀବନ ରକ୍ଷା ପାଇଁ ପଛକୁ ନ ଅନାଇ ଶୀଘ୍ର ଦୌଡ଼। ଏହି ଉପତ୍ୟକାର କୌଣସି ଜାଗାରେ ରୁହ ନାହିଁ। ତୁମ୍ଭେ ପର୍ବତରେ ପହଞ୍ଚିବା ପର୍ଯ୍ୟନ୍ତ ଦୌଡ଼। ଯଦି ତୁମ୍ଭେ ଅଟକି ଯାଅ ତେବେ ଏହି ନଗର ସହିତ ତୁମ୍ଭେ ଧ୍ୱଂସ ପାଇଯିବ।”


ସେହି ସମୟରେ ଲୋଟର ସ୍ତ୍ରୀ ପଛଆଡ଼କୁ ଅନାଇବାରୁ ସେ ଲବଣ ସ୍ତମ୍ଭ ହେଲେ।


ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।


ମନୁଷ୍ୟର ଧନ ତାହାର ପ୍ରାଣର ପ୍ରାୟଶ୍ଚିତ ସ୍ୱରୂପ, ମାତ୍ର ଦରିଦ୍ରଲୋକ ଧମକ ଶୁଣେ ନାହିଁ।


ସତ୍ୟତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବେଚନା କ୍ରୟ କର।


ଅନ୍ୱେଷଣ କରିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି। ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।


ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ।


ଅନ୍ଧ ଲୋକଟି ତ‌ତ୍‌କ୍ଷଣାତ୍ ତା'ର ଗ୍ଭଦରଟି ଫିଙ୍ଗିଦେଲା ଓ ଡେଇଁ ପଡ଼ିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।


“ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ।


“ସେହିଭଳି ତୁମ୍ଭେମାନେ ସମସ୍ତେ ପ୍ରଥମେ ଯୋଜନା କରିବ। ତୁମ୍ଭେମାନେ ମୋତେ ଅନୁସରଣ କରିବାକୁ ଗ୍ଭହିଁଲେ ତୁମ୍ଭମାନଙ୍କର ପ୍ରତ୍ୟେକ ବିଷୟ ତ୍ୟାଗ କରିବ। ତୁମ୍ଭେମାନେ ଯଦି ତାହା କରି ନ ପାରିବ, ତେବେ ମୋର ଶିଷ୍ୟ ହୋଇ ପାରିବ ନାହିଁ।


“ପରେ ମାଲିକ ସେହି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲେଇ ଦେଲେ। ତାହାଙ୍କ ଭଳି, ଅନ୍ୟଲୋକମାନଙ୍କ ସହିତ ବ୍ୟବସାୟ କରିବାରେ ଏହି ସାଂସାରିକ ଲୋକମାନେ ଆଧ୍ୟାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।


ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା।


ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।


Follow us:

Advertisements


Advertisements