Biblia Todo Logo
Online Bible

- Advertisements -




ଫିଲିପୀୟ 4:10 - ପବିତ୍ର ବାଇବଲ

10 ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

See the chapter Copy

ଓଡିଆ ବାଇବେଲ

10 ଏବେ ଅବଶେଷରେ ମୋ' ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋ' ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।

See the chapter Copy

ପବିତ୍ର ବାଇବଲ (CL) NT (BSI)

10 ପ୍ରଭୁଙ୍କ ସହିତ ସଂଯୁକ୍ତ ଜୀବନ ଯାପନ କରିବା ବେଳେ, ମୋର ଆନନ୍ଦ ଯେ, ତୁମ୍ଭେମାନେ ମୋ’ ପ୍ରତି ମନୋଯୋଗୀ। ଅନେକ ଦିନ ପରେ ଏହାର ନିଦର୍ଶନ ଦେଖାଇଛ। ମୁଁ କହୁ ନାହିଁ ଯେ, ତୁମ୍ଭେମାନେ ଇତିମଧ୍ୟରେ ମୋ’ ପ୍ରତି ଆଉ ମନୋଯୋଗୀ ହୋଇ ନ ଥିଲ - କେବଳ ତାହା ପ୍ରକାଶ କରିବାକୁ ସୁଯୋଗ ପାଇ ନ ଥିଲ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା।

See the chapter Copy




ଫିଲିପୀୟ 4:10
11 Cross References  

ଯେତେବେଳେ ହିଜକିୟ ଓ ନେତାମାନେ ଆସିଲେ, ସେମାନେ ସେହି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସେମାନେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇସ୍ରାଏଲର ଲୋକମାନଙ୍କର ପ୍ରଶଂସା କଲେ।


ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ। ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ।


ଇସ୍ରାଏଲ ଲୋକମାନେ ପୁନର୍ବାର ମୋର ସୁରକ୍ଷାରେ ବଞ୍ଚିବେ। ସେମାନେ ଶସ୍ୟ ସଦୃଶ ବଢ଼ିବେ, ସେମାନେ ଦ୍ରାକ୍ଷାଲତା ପରି ଫଳ ଧାରଣ କରିବେ। ସେମାନେ ଲିବାନୋ‌ନ୍‌ର ଦ୍ରାକ୍ଷାରସ ପରି ସମୃଦ୍ଧ ହେବେ।


ତୁମ୍ଭମାନଙ୍କ ସହିତ ଥିବା ବେଳେ, ମୋର ଆବଶ୍ୟକତା ଗୁଡ଼ିକ ପାଇଁ ମୁଁ ତୁମ୍ଭମାନଙ୍କୁ ହଇରାଣ କରି ନାହିଁ। ଯେଉଁ ଭାଇମାନେ ମାକିଦନିଆରୁ ଆସିଥିଲେ ସେମାନେ ମୋର ସମସ୍ତ ଆବଶ୍ୟକତା ଗୁଡ଼ିକୁ ପୂରଣ କଲେ। ମୁଁ କୌଣସି ପ୍ରକାର ତୁମ୍ଭମାନଙ୍କ ଉପରେ ବୋଝ ହୋଇ ନାହିଁ ଓ ଭବିଷ୍ୟତରେ ମଧ୍ୟ କଦାପି ହେବି ନାହିଁ।


ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ।


ତେଣୁ ଯେତେବେଳେ ଆମ୍ଭେ କାହାର ଉପକାର କରିବା ନିମନ୍ତେ ସୁଯୋଗ ପାଉ, ଆମ୍ଭେ ଅବଶ୍ୟ ତାହା କରିବା ଉଚିତ୍। କିନ୍ତୁ ଯେଉଁମାନେ ମଣ୍ଡଳୀଭୁକ୍ତ ବିଶ୍ୱାସୀ ଅଟନ୍ତି, ସେମାନଙ୍କ ପ୍ରତି ଆମ୍ଭକୁ ବିଶେଷ ଧ୍ୟାନ ଦେବାକୁ ପଡ଼ିବ।


ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା’ ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।


ଯୀଶୁ ଖ୍ରୀଷ୍ଟଙ୍କ ସେବକ ପାଉଲ ଓ ତୀମଥି, ଫିଲି‌ପ୍‌ପୀର ଖ୍ରୀଷ୍ଟ ଯୀଶୁଙ୍କ ସମସ୍ତ ପବିତ୍ର ଲୋକମାନଙ୍କୁ ଓ ତୁମ୍ଭମାନଙ୍କର ପ୍ରାଚୀନ ଏବଂ ବିଶେଷ ସେବକମାନଙ୍କୁ ପତ୍ର।


ଯେତେଥର ମୁଁ ତୁମ୍ଭମାନଙ୍କୁ ମନେପକାଏ, ସେତେଥର ପରମେଶ୍ୱରଙ୍କୁ ଆନନ୍ଦ ସହକାରେ ପ୍ରାର୍ଥନାରେ ଧନ୍ୟବାଦ ଦିଏ।


ଖ୍ରୀଷ୍ଟଙ୍କ କାମ ପାଇଁ ସେ ମୃତପ୍ରାୟ ହୋଇ ଯାଇଥିବାରୁ ସମ୍ମାନିତ ହେବା ଉଚିତ୍। ମୋତେ ସାହାଯ୍ୟ କରିବା ପାଇଁ ସେ ନିଜ ଜୀବନକୁ ବିପଦରେ ପକାଇଥିଲେ। ତୁମ୍ଭେ ଦେଖିଥିବା ସେବାରେ ଯାହା କମ୍ ରହି ଯାଇଥିଲା, ସେତିକି ସେ ପୂରଣ କରିଦେଇଥିଲେ।


Follow us:

Advertisements


Advertisements