Biblia Todo Logo
Online Bible

- Advertisements -




ଫିଲିପୀୟ 4:19 - ପବିତ୍ର ବାଇବଲ

19 ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।

See the chapter Copy

ଓଡିଆ ବାଇବେଲ

19 ପୁଣି, ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

19 ଖ୍ରୀଷ୍ଟଙ୍କ ଦ୍ୱାରା ମୋ’ ଈଶ୍ୱର ତାଙ୍କର ପ୍ରଚୁର ଐଶ୍ୱର୍ଯ୍ୟରେ ତୁମ୍ଭମାନଙ୍କର ସମସ୍ତ ଆବଶ୍ୟକତା ଯୋଗାଇ ଦେବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ମୋହର ଈଶ୍ବର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ।

See the chapter Copy




ଫିଲିପୀୟ 4:19
44 Cross References  

ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇ‌ସ୍‌ହାକ ଗମନାଗମନ କରିଥିଲେ। ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି।


ମୁଁ ଫାନ୍ଦରେ ପଡ଼ି ସହାୟତା ପାଇଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି। ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି, ସେ ଆପଣା ମନ୍ଦିରରେ ଥାଇ ମୋର ଡାକ ଶୁଣିଲେ। ସେ ମୋର ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।


କିନ୍ତୁ ମୀଖାୟ ଉତ୍ତର ଦେଲେ, “ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାଯାଏ, ମୋ’ ପରମେଶ୍ୱର ଯାହା କହନ୍ତି, ମୁଁ କେବଳ ତାହା କହି ପାରିବି।”


ଯେତେବେଳେ ହିଜକିୟ ଓ ନେତାମାନେ ଆସିଲେ, ସେମାନେ ସେହି ସଂଗୃହୀତ ବସ୍ତୁ ସବୁର ସ୍ତୁପସବୁ ଦେଖିବାକୁ ପାଇଲେ। ସେମାନେ ସଦାପ୍ରଭୁଙ୍କର ଓ ତାଙ୍କର ଲୋକ, ଇସ୍ରାଏଲର ଲୋକମାନଙ୍କର ପ୍ରଶଂସା କଲେ।


ହେ ପରମେଶ୍ୱର, ମୁଁ ଏହି ଲୋକମାନଙ୍କ ନିମନ୍ତେ ଯେଉଁ ଉତ୍ତମ କାର୍ଯ୍ୟ କରିଅଛି, ମୋର ତାହା ସବୁ ସ୍ମରଣ କର।


ସେମାନଙ୍କ କ୍ଷୁଧା ନିବାରଣ ନିମନ୍ତେ ତୁମ୍ଭେ ସେମାନଙ୍କୁ ସ୍ୱର୍ଗରୁ ଖାଦ୍ୟ ଦେଲ। ସେମାନଙ୍କ ତୃଷାପାଇଁ ତୁମ୍ଭେ ଶୈଳରୁ ଜଳ ନିର୍ଗତ କଲ। ତୁମ୍ଭେ ଆଜ୍ଞା ଦେଲ, ‘ଯାଅ, ଭୂମିକୁ ନିଅ,’ ଯେଉଁଟାକି ତୁମ୍ଭେ ସେମାନଙ୍କୁ ଦେବା ପାଇଁ ଶପଥ କରିଥିଲ।


ସଦାପ୍ରଭୁ, ତୁମ୍ଭେ କେତେ ଜିନିଷ ତିଆରି କରିଅଛ। ପୃଥିବୀ ତୁମ୍ଭ ସୃଷ୍ଟି ବସ୍ତୁରେ ପରିପୂର୍ଣ୍ଣ ଅଛି। ଜ୍ଞାନ ବଳରେ ତୁମ୍ଭେ ସେସବୁ ଜିନିଷ ତିଆରି କରିଅଛ।


ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।


ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।


ସୂର୍ଯ୍ୟ ଯେପରି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ଯ୍ୟ କରନ୍ତି ସେମାନଙ୍କ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।


ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”


ତେଣୁ ମୁଁ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ପ୍ରତି ଦୃଷ୍ଟି ରଖିବି। ମୋ’ ପରିତ୍ରାଣ ପାଇଁ ପରମେଶ୍ୱରଙ୍କୁ ଅପେକ୍ଷା କରିବି। ମୋର ପରମେଶ୍ୱର ମୋ’ କଥା ଶୁଣିବେ।


ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ତୁମ୍ଭମାନଙ୍କ ଦ୍ରବ୍ୟର ଏକ ଦଶମାଂଶ ଆମ୍ଭ ଭଣ୍ତାରକୁ ଆଣ ଯଦ୍ଦ୍ୱାରା କି ତୁମ୍ଭର ଗୃହରେ ଯଥେଷ୍ଟ ଖାଦ୍ୟ ରହିବ। ଆମ୍ଭକୁ ପରୀକ୍ଷା କର। ଯଦି ତୁମ୍ଭେମାନେ ଏହି କାର୍ଯ୍ୟ କର, ଆମ୍ଭେ ଆକାଶର ଝରକାସବୁ ଖୋଲିଦେବା ଏବଂ ତୁମ୍ଭ ଉପରେ ଆଶୀର୍ବାଦ ବୃଷ୍ଟି କରିବା। ପ୍ରତ୍ୟେକ ଦିଗରୁ ତୁମ୍ଭମାନଙ୍କର ଦରକାରଠାରୁ ଅଧିକ ତୁମ୍ଭେମାନେ ଲାଭ କରିବ।


ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ, ସେମାନେ ଏସବୁ ପଛରେ ଦୌଡ଼ନ୍ତି। କିନ୍ତୁ ସ୍ୱର୍ଗରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।


ଯୀଶୁ ତାହାଙ୍କୁ କହିଲେ, “ମୋତେ ଧର ନାହିଁ। ମୁଁ ଏ ପର୍ଯ୍ୟନ୍ତ ପରମପିତାଙ୍କ ପାଖକୁ ଯାଇ ନାହିଁ। କିନ୍ତୁ ତୁମ୍ଭେ ଯାଇ ମୋର ଭାଇମାନଙ୍କୁ କୁହ ଯେ, ମୁଁ ମୋର ଓ ତୁମ୍ଭର ପରମପିତାଙ୍କ ପାଖକୁ ଫେରିଯାଉଛି। ମୁଁ ମୋର ଓ ତୁମ୍ଭର ପରମେଶ୍ୱରଙ୍କ ପାଖକୁ ଯାଉଅଛି।”


ତା'ପରେ ଯୀଶୁ ଥୋମାଙ୍କୁ କହିଲେ, “ଏଠାରେ ତୁମ୍ଭର ଅଙ୍ଗୁଳି ରଖ। ମୋ’ ହାତକୁ ଦେଖ। ମୋ’ କକ୍ଷଦେଶରେ ତୁମ୍ଭ ହାତ ରଖ। ଅବିଶ୍ୱାସ ନ କରି ବିଶ୍ୱାସ କର।”


ସର୍ବପ୍ରଥମେ ମୁଁ କହିବାକୁ ଗ୍ଭହେଁ ଯେ ତୁମ୍ଭ ସମସ୍ତଙ୍କ ପାଇଁ ମୁଁ ମୋର ପରମେଶ୍ୱରଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧନ୍ୟବାଦ ଦେଉଛି। ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଉଛି କାରଣ ତୁମ୍ଭମାନଙ୍କର ବିଶ୍ୱାସ ବିଷୟରେ ସାରା ସଂସାର ଚର୍ଚ୍ଚା କରୁଛି।


ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ।


ପରମେଶ୍ୱର ତୁମ୍ଭ ପ୍ରତି ଅତି ଦୟାଳୁ। ସେ ତୁମ୍ଭ ପ୍ରତି ଧୈର୍ଯ୍ୟବାନ। ପରମେଶ୍ୱର ଅପେକ୍ଷା କରିଛନ୍ତି ଯେ, ତୁମ୍ଭେ ବଦଳି ଯାଅ। କିନ୍ତୁ ତୁମ୍ଭେ ତାହାଙ୍କର ଦୟାଳୁତା ବିଷୟରେ ଆଦୌ ଭାବୁ ନାହଁ। ଏହା ହୋଇପାରେ ଯେ, ତୁମ୍ଭେ ସମ୍ଭବତଃ ବୁଝିପାରୁ ନାହଁ ଯେ ତୁମ୍ଭକୁ ନିଜର ହୃଦୟ ଓ ଜୀବନ ବଦଳାଇବା ପାଇଁ ସୁଯୋଗ ଦେବା ଉଦ୍ଦେଶ୍ୟରେ ପରମେଶ୍ୱର ତୁମ୍ଭ ପ୍ରତି ଦୟାଳୁ ହୋଇଛନ୍ତି।


ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତ‌‌ରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ।


ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ।


ମୁଁ ଭୟ କରୁଛି ଯେ ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଯିବି, ସେତେବେଳେ ତୁମ୍ଭମାନଙ୍କ ଆଗରେ ମୋର ପରମେଶ୍ୱର ମୋତେ ଲଜ୍ଜା ନ ଦିଅନ୍ତୁ। ଯେହେତୁ ତୁମ୍ଭମାନଙ୍କ ଭିତରୁ ଅନେକେ ପାପ କରିଥିବାରୁ, ମୁଁ ଦୁଃଖିତ ହେବି। କାରଣ ସେହି ଲୋକମାନେ ସେମାନଙ୍କର ପାପର ଜୀବନ ନିମନ୍ତେ ଦୁଃଖିତ ହୋଇ ନ ଥିବାରୁ, ଓ ଅନୁତାପ କରି ନ ଥିବାରୁ, ସେମାନଙ୍କର ଯୌନଗତ ପାପ କାରଣରୁ ଏବଂ ଲଜ୍ଜାଜନକ କାର୍ଯ୍ୟ କରୁ ଥିବାରୁ, ମୋତେ ଶୋକ କରିବାକୁ ପଡ଼ିବ।


ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା ଛୋଟ ଛୋଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନାରେ ଅତି ମହାନ୍।


ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।


ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ।


ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।


ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିଯୁକ୍ତ ହେବା ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ସେହି ଶକ୍ତି ପ୍ରଦାନ କରିବେ।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ପରମେଶ୍ୱରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠାରେ ସୁରକ୍ଷା କରି ରଖିବ। ପରମେଶ୍ୱରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।


ଏହି ମହାନ୍ ସତ୍ୟଟି ସମସ୍ତଙ୍କ ପାଇଁ ଅଟେ। ପରମେଶ୍ୱର ଏହି ମହାନ୍ ଓ ବୈଭବପୂର୍ଣ୍ଣ ସତ୍ୟକୁ ନିଜ ଲୋକଙ୍କୁ ଜଣାଇ ଦେବା ପାଇଁ ସ୍ଥିର କଲେ। ଏହି ସତ୍ୟ ସ୍ୱୟଂ ତୁମ୍ଭମାନଙ୍କ ଭିତରେ ଥିବା ଖ୍ରୀଷ୍ଟ ନିଜେ ଅଟନ୍ତି। ପରମେଶ୍ୱରଙ୍କ ମହିମା ପ୍ରାପ୍ତ କରିବା ପାଇଁ, ସେ ହେଉଛନ୍ତି ଆମ୍ଭର ଏକମାତ୍ର ଭରସା।


ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।


ଆମ୍ଭେ ତୁମ୍ଭମାନଙ୍କୁ ଉତ୍ସାହ ପ୍ରଦାନ କରିଛୁ, ଆମ୍ଭେ ତୁମ୍ଭମାନଙ୍କୁ ଆଶ୍ୱାସନା ଦେଲୁ ଏବଂ ପରମେଶ୍ୱରଙ୍କ ପାଇଁ ଭଲ ଜୀବନଯାପନ କରିବା ପାଇଁ କହିଛୁ। ପରମେଶ୍ୱର ତୁମ୍ଭମାନଙ୍କୁ ନିଜ ରାଜ୍ୟ ଓ ମହିମା ପ୍ରାପ୍ତ କରିବା ପାଇଁ ଡାକୁଛନ୍ତି।


ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।


ମୋ’ ପ୍ରାର୍ଥନାମାନଙ୍କରେ ମୁଁ ତୁମ୍ଭକୁ ସ୍ମରଣ କରେ। ତୁମ୍ଭ ପାଇଁ ସର୍ବଦା ମୁଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ।


ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି।


ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।


Follow us:

Advertisements


Advertisements