Biblia Todo Logo
Online Bible

- Advertisements -




ଫିଲିପୀୟ 4:4 - ପବିତ୍ର ବାଇବଲ

4 ପ୍ରଭୁଙ୍କଠାରେ ସର୍ବଦା ଆନନ୍ଦ କର। ମୁଁ ଆଉ ଥରେ କହେ, ଆନନ୍ଦ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

See the chapter Copy

ଓଡିଆ ବାଇବେଲ

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

4 ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ସବୁବେଳେ ଆନନ୍ଦ କର। ପୁନର୍ବାର କହୁଅଛି, “ଆନନ୍ଦ କର।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।

See the chapter Copy




ଫିଲିପୀୟ 4:4
18 Cross References  

ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମୋର ପରମେଶ୍ୱରଙ୍କର ପ୍ରଶଂସାର ଗୀତ ଗାଇବି।


ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ। ପରମେଶ୍ୱରଙ୍କୁ ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ।


କିନ୍ତୁ ମୁଁ ତଥାପି ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି ଏବଂ ପରମେଶ୍ୱରଙ୍କୁ ମୋର ତ୍ରାଣକର୍ତ୍ତା ଭାବି ଖୁସୀ ହେବି।


ତେଣୁ ଖୁସୀ ହୋଇ ଆନନ୍ଦ କର। କାରଣ ସ୍ୱର୍ଗରେ ତୁମ୍ଭେମାନେ ଏକ ମହତ୍ ପୁରସ୍କାର ପାଇବ। ତୁମ୍ଭର ପୂର୍ବବର୍ତ୍ତୀ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାମାନଙ୍କୁ ମଧ୍ୟ ଲୋକମାନେ ଏହିଭଳି ଯାତନା ଦେଇଥିଲେ।


ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧର। ନିରନ୍ତର ପ୍ରାର୍ଥନା କର।


ଆମ୍ଭର ବହୁତ ଦୁଃଖ ଅଛି କିନ୍ତୁ ଆମ୍ଭେ ସର୍ବଦା ପ୍ରସନ୍ନ ରହୁ। ଆମ୍ଭେ ଗରିବ, କିନ୍ତୁ ଅନେକଙ୍କୁ ଧନୀ କରୁ। ଆମ୍ଭର କିଛି ନାହିଁ, କିନ୍ତୁ ଆମ୍ଭର ସବୁକିଛି ଅଛି।


କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା'ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର।


ତୁମ୍ଭେମାନେ ମଧ୍ୟ ମୋ’ ସହିତ ଖୁସୀ ହୁଅ ଓ ଆନନ୍ଦରେ ପରିପୂର୍ଣ୍ଣ ହୁଅ।


ଆଉ ଏବେ ହେ ମୋର ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠାରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସେହି ଏକାକଥା ଲେଖିବାରେ, ମୋତେ କଷ୍ଟ ହୁଏ ନାହିଁ, କାରଣ ଏହା ଦ୍ୱାରା ତୁମ୍ଭେମାନେ ଅଧିକ ପ୍ରସ୍ତୁତ ହୋଇ ରହିବ।


ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ।


Follow us:

Advertisements


Advertisements