Biblia Todo Logo
Online Bible

- Advertisements -




ଫିଲିପୀୟ 4:8 - ପବିତ୍ର ବାଇବଲ

8 ଭାଇ ଓ ଭଉଣୀମାନେ! ଯାହା ସତ୍ୟ, ସମ୍ମାନଜନକ, ଯଥାର୍ଥ, ଶୁଦ୍ଧ, ଆଦରଣୀୟ, ପ୍ରୀତିଭାଜନ ଓ କୌଣସି ସଦ୍‌‌ଗୁଣ ଓ ପ୍ରଶଂସାର ଥାଏ, ସେହି ବିଷୟ ଗୁଡ଼ିକରେ ମନୋଯୋଗ କର।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।

See the chapter Copy

ଓଡିଆ ବାଇବେଲ

8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।

See the chapter Copy

ପବିତ୍ର ବାଇବଲ (CL) NT (BSI)

8 ପରିଶେଷରେ, ଭାଇମାନେ, ଯେଉଁ ସମସ୍ତ ବିଷୟ ସତ୍ ଓ ପ୍ରଶଂସ୍ୟ, ଯାହା ସବୁ ସତ୍ୟ ଓ ମହତ୍, ଯାହା ଯଥାର୍ଥ, ବିଶୁଦ୍ଧ, ପ୍ରୀତିକର ଓ ସମ୍ମାନଜନକ, ସେ ସବୁ ତୁମ୍ଭମାନଙ୍କର ଚିନ୍ତନୀୟ ବିଷୟ ହେଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର।

See the chapter Copy




ଫିଲିପୀୟ 4:8
67 Cross References  

ମୁଁ ତାଙ୍କୁ ମନୋନୀତ କରିଛି। ମୁଁ ଏପରି କଲି, ସେଥିପାଇଁ ସେ ତାଙ୍କର ପିଲାମାନଙ୍କୁ ଓ ବଂଶଧରଙ୍କୁ ନିର୍ଦ୍ଦେଶ ଦେବେ, ଯେଉଁପରି ଭାବରେ ମୁଁ ସେମାନଙ୍କୁ ଜୀବନଧାରଣ କରିବାକୁ ଏବଂ ଯାହା ନ୍ୟାୟ ଓ ଯଥାର୍ଥ ତାହା କରିବାକୁ ଗ୍ଭହେଁ। ତା'ପରେ ମୁଁ ସଦାପ୍ରଭୁ, ଯାହା ପ୍ରତିଜ୍ଞା କଲି ତାହା ମୁଁ କରିବି।”


“ଶାଉଲ ଓ ଯୋନାଥନ ସେମାନଙ୍କ ଜୀବନକାଳ ମଧ୍ୟରେ ଲୋକମାନଙ୍କଠାରୁ ବହୁତ ପ୍ରେମ ପାଇଲେ। ଏପରିକି ମୃତ୍ୟୁ ସମୟରେ ମଧ୍ୟ ସେମାନେ ଅଲଗା ହେଲେ ନାହିଁ। ସେମାନେ ଉତ୍କ୍ରୋଶପକ୍ଷୀଠାରୁ ବେଗବାନ ଓ ସିଂହଠାରୁ ବଳବାନ ଥିଲେ।


ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ, ‘ଯେଉଁ ବ୍ୟକ୍ତି ନ୍ୟାୟ ଭାବରେ ଲୋକମାନଙ୍କୁ ଶାସନ କରେ, ଯିଏ ସଦାପ୍ରଭୁଙ୍କ ଭୟରେ ଓ ଭକ୍ତିରେ ଶାସନ କରେ।


ପରମେଶ୍ୱର କହନ୍ତି, “ତୁମ୍ଭେମାନେ କେତେକାଳ ପର୍ଯ୍ୟନ୍ତ ଅନ୍ୟାୟ ବିଗ୍ଭର କରିବ? ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ଦୁଷ୍ଟ ଲୋକମାନଙ୍କୁ ବିନା ଦଣ୍ଡରେ ମୁକ୍ତି କରିବ?” ସେଲା


ସଦାପ୍ରଭୁ ମିଥ୍ୟାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ୍ ଓଜନକୁ ଭଲ ପାଆନ୍ତି।


ଗୁଣବତୀ ସ୍ତ୍ରୀ ଆପଣା ସ୍ୱାମୀର ମୁକୁଟ ସ୍ୱରୂପ। ଲଜ୍ଜାଦାୟୀନୀ ସ୍ତ୍ରୀ ତା'ର ହାଡ଼ ସବୁର କ୍ଷୟ ସ୍ୱରୂପ।


ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ୟବହାର କରିବାକୁ ବଟଖରାସବୁ ତିଆରି କଲେ।


ଯେଉଁ ଧାର୍ମିକ ଲୋକ ସରଳତାରେ ବାସ କରେ, ତା’ ଉତ୍ତାରେ ତା'ର ପୁତ୍ରଗଣ, ସନ୍ତାନଗଣ ଧନ୍ୟ ହୁଅନ୍ତି।


ଏହା ଅତ୍ୟନ୍ତ କଷ୍ଟ “ଏକ ଗୁଣବତୀ ସ୍ତ୍ରୀ ପାଇବା” ତା'ର ମୂଲ୍ୟ ମୁକ୍ତାଠାରୁ ଅଧିକ ମୂଲ୍ୟବାନ ଅଟେ।


“ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।”


ସେ ପାଇବାର ଉପଯୁକ୍ତ ପୁରସ୍କାର ତାକୁ ଦିଅ। ତାକୁ ତା’ ନିଜର କର୍ମ କରିବାକୁ ଛାଡ଼ିଦିଅ। ସେ ଯାହା କରିଯାଇଛି ଲୋକମାନଙ୍କ ନଗର ଦ୍ୱାରରେ ତାହାର ପ୍ରଶଂସା ଆଣିଦିଏ।


ତାହାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ ହଁ ସେ ସର୍ବୋତୋଭାବେ ମନୋହର। ହେ ଯିରୁଶାଲମର କନ୍ୟାଗଣ, ସେ ମୋହର ପ୍ରିୟତମ, ସେ ମୋହର ସହୋଦର।


ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସେମାନେ ସରଳ ଓ ସତ୍ୟପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ୱର, ତୁମ୍ଭେ ସେହି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।


ସେମାନେ କେତେକ ହେରୋଦୀୟମାନଙ୍କ ସହିତ ନିଜର କେତେକ ଶିଷ୍ୟଙ୍କୁ ଯୀଶୁଙ୍କ ପାଖକୁ ପଠାଇଲେ। ସେମାନେ ଯାଇ କହିଲେ, “ହେ ଗୁରୁ, ଆମ୍ଭେ ଜାଣୁ ଯେ ତୁମ୍ଭେ ଜଣେ ନିଷ୍ଠାବାନ ଲୋକ। ପରମେଶ୍ୱରଙ୍କ ମାର୍ଗ ବିଷୟରେ ଅନ୍ୟମାନେ କ’ଣ ଭାବୁଛନ୍ତି, ସେ ବିଷୟରେ ତୁମ୍ଭେ ଆଦୌ ଭୟ କର ନାହିଁ। ତୁମ୍ଭ ପାଇଁ ସମସ୍ତେ ସମାନ।


ହେରୋଦ ଯୋହନଙ୍କୁ ମାରିବାକୁ ଭୟ କରୁଥିଲେ। ସେ ଜାଣି ଥିଲେ ଯେ ସମସ୍ତ ଲୋକ ଯୋହନଙ୍କୁ ଜଣେ ଭଲ ଓ ପବିତ୍ର ଲୋକ ଭାବୁଥିଲେ। ତେଣୁ ହେରୋଦ ଯୋହନଙ୍କୁ ରକ୍ଷା କରୁଥିଲେ। ଯୋହନଙ୍କ ଉପଦେଶ ଶୁଣିବାକୁ ହେରୋଦ ଖୁବ୍ ଭଲ ପାଉଥିଲେ। ତଥାପି ଯୋହନଙ୍କ ଉପଦେଶ ହେରୋଦଙ୍କୁ ସବୁବେଳେ ବିଚଳିତ କରୁଥିଲା।


ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ।


ଯିରୁଶାଲମରେ ଶିମିୟୋନ ନାମରେ ଜଣେ ଅତ୍ୟନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇସ୍ରାଏଲକୁ ସାନ୍ତ୍ୱନା କରିବା ନିମନ୍ତେ ପରମେଶ୍ୱର କେବେ ଆସିବେ, ସେହି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ରଆତ୍ମା ତାହାଙ୍କ ମଧ୍ୟରେ ଥିଲେ।


ଯିହୂଦୀମାନଙ୍କର ହାରାମାଥୀୟା ନଗରର ଜଣେ ଲୋକ ସେଠାରେ ଥିଲେ। ତାହାଙ୍କ ନାମ ଯୋଷେଫ। ସେ ଯିହୂଦୀ ମହାସଭାର ଜଣେ ସଦସ୍ୟ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ୱରଙ୍କ ରାଜ୍ୟକୁ ଅପେକ୍ଷା କରୁଥିଲେ। ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ୟା କରିବାକୁ ସ୍ଥିର କଲାବେଳେ ସେ ସେଥିରେ ରାଜି ହୋଇ ନ ଥିଲେ।


ଯେଉଁ ଲୋକ ନିଜର ଚିନ୍ତାଧାରା ପ୍ରଗ୍ଭର କରେ, ସେ ନିଜ ପାଇଁ ସମ୍ମାନ ଗ୍ଭହେଁ କିନ୍ତୁ ଯେଉଁ ଲୋକ ନିଜ ପ୍ରେରଣକର୍ତ୍ତାଙ୍କର ସମ୍ମାନ ଗ୍ଭହେଁ, ସେ ସତ୍ୟ କହେ। ତା’ ପାଖରେ କିଛି ମିଥ୍ୟା ନାହିଁ।


ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”


“ହନନିୟ ନାମକ ଜଣେ ଭକ୍ତ ଦମ୍ମେସକ ନଗରରେ ଥିଲେ। ସେ ମୋଶାଙ୍କ ବ୍ୟବସ୍ଥା ମାନୁଥିଲେ। ସେଠାରେ ରହୁଥିବା ସମସ୍ତ ଯିହୂଦୀୟମାନେ ତାହାଙ୍କୁ ସମ୍ମାନ ଦେଉଥିଲେ।


ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ।


ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। ଆମ୍ଭେ ଖର୍ଚ୍ଚାନ୍ତ ରଙ୍ଗରସରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତିତର୍କ କରିବା ଓ ଈର୍ଷାଳୁ ହେବା ଉଚିତ୍ ନୁହେଁ।


ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।


ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।


ଜଣେ ଲୋକ ଯଦି ପ୍ରକୃତରେ ଯିହୂଦୀ ସେ ଅନ୍ତରରୁ ଯିହୂଦୀ ଅଟେ। ପ୍ରକୃତ ସୁନ୍ନତ ହୃଦୟରେ ହିଁ କରା ଯାଇଥାଏ। ଏହା ଆତ୍ମା ଦ୍ୱାରା କରାଯାଇ ଥାଏ। ଆକ୍ଷରିକ ଭାବରେ ନୁହେଁ। ଯେଉଁ ଲୋକ ହୃଦୟରେ ଆତ୍ମା ଦ୍ୱାରା ସୁନ୍ନତ ହୋଇଥାଏ ସେ ପରମେଶ୍ୱରଙ୍କଠାରୁ ପ୍ରଶଂସା ପାଏ, ମଣିଷମାନଙ୍କଠାରୁ ନୁହେଁ।


ଅତଏବ, ଠିକ୍ ସମୟ ନ ଆସିବା ପର୍ଯ୍ୟନ୍ତ ଅର୍ଥାତ୍ ପୁନରାଗମନ ପର୍ଯ୍ୟନ୍ତ, କୌଣସି କଥାର ବିଗ୍ଭର କରିବା ଅନୁଚିତ୍। ସେ ଅନ୍ଧକାରରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତରେ ଥିବା ଗୁପ୍ତ ଉଦ୍ଦେଶ୍ୟ ଗୁଡ଼ିକୁ ପ୍ରକାଶ କରିବେ। ସେତେବେଳେ ପରମେଶ୍ୱର ପ୍ରତ୍ୟେକଙ୍କୁ ଯାହାର ପ୍ରାପ୍ୟ ପ୍ରଶଂସା ତାହା ପ୍ରଦାନ କରିବେ।


ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।


କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ।


ତାଙ୍କ ସହିତ ଆମ୍ଭେ ସମସ୍ତ ମଣ୍ଡଳୀଗୁଡ଼ିକରେ ସୁସମାଗ୍ଭର ପ୍ରଗ୍ଭର କାର୍ଯ୍ୟରେ ସୁନାମ ଥିବା ଜଣେ ଭାଇଙ୍କୁ ମଧ୍ୟ ପଠାଉଛୁ।


ଯାହା ଠିକ୍, ଆମ୍ଭେ ତାହା କରିବା ପାଇଁ ଯତ୍ନଶୀଳ। ଯାହାସବୁ ପ୍ରଭୁ ଠିକ୍ ବୋଲି ଧରନ୍ତି, ଓ ଲୋକେ ଠିକ୍ ବୋଲି ଭାବନ୍ତି, ଆମ୍ଭେ ତାହା କରୁ।


ମାତ୍ର ପବିତ୍ରଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି: ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟାଭାବ, ଉଦାରତା, ବିଶ୍ୱସ୍ତତା,


ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ।


ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ।


ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।


ଯାହା ସର୍ବୋତଭାବେ ଯଥାର୍ଥ, ତୁମ୍ଭେ ତା'ର ଅନୁଗାମୀ ହୁଅ। ତହିଁରେ ତୁମ୍ଭେ ବଞ୍ଚିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଦେଶ ଦିଅନ୍ତି, ତାହା ଅଧିକାର କରିବ।


ଆଉ ଏବେ ହେ ମୋର ଭାଇ ଓ ଭଉଣୀମାନେ! ପ୍ରଭୁଙ୍କଠାରେ ଆନନ୍ଦ କର। ତୁମ୍ଭକୁ ଥରକୁ ଥର ସେହି ଏକାକଥା ଲେଖିବାରେ, ମୋତେ କଷ୍ଟ ହୁଏ ନାହିଁ, କାରଣ ଏହା ଦ୍ୱାରା ତୁମ୍ଭେମାନେ ଅଧିକ ପ୍ରସ୍ତୁତ ହୋଇ ରହିବ।


ଅବିଶ୍ୱାସୀ ଲୋକମାନଙ୍କ ସହିତ ବ୍ୟବହାର କଲାବେଳେ ବୁଦ୍ଧି ସହ ବ୍ୟବହାର କର। ଯେତେ ଭଲ ଭାବରେ ପାରିବ ନିଜର ସମୟର ସଦୁପଯୋଗ କର।


ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।


ତୁମ୍ଭେ ରାଜା ଓ ଅଧିକାରୀମାନଙ୍କ ଲାଗି ପ୍ରାର୍ଥନା କରିବା ଉଚିତ୍। ତେବେ ଆମ୍ଭେ ଏକ ଶାନ୍ତିପୂର୍ଣ୍ଣ, ସ୍ଥିର ଜୀବନ ପରମେଶ୍ୱରଙ୍କ ପାଇଁ ସମ୍ମାନ ଓ ଭକ୍ତି ଭରା ଜୀବନ ବିତେଇ ପାରିବା।


ସେହିପରି ବିଶେଷ ସେବିକା ହେବା ପାଇଁ ନିଯୁକ୍ତ ସ୍ତ୍ରୀମାନଙ୍କର ପ୍ରତି ଅନ୍ୟ ଲୋକମାନଙ୍କର ସମ୍ମାନ ଭାବ ଥିବା ଦରକାର। ସେମାନେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା ଆଦୌ କହୁ ନ ଥିବେ। ସେମାନଙ୍କର ଆତ୍ମା ସଂଯମ ଥିବା ପ୍ରୟୋଜନ ଓ ପ୍ରତ୍ୟେକ କଥାରେ ଯେପରି ସେମାନଙ୍କୁ ବିଶ୍ୱାସ କରାଯାଇ ପାରୁଥିବ।


ସେ ଧନ ଲୋଭୀ ହୋଇ ନ ଥିବେ, ସେ ନିଜ ପରିବାରକୁ ଉପଯୁକ୍ତ ଭାବରେ ନେତୃତ୍ୱ ଦେଇପାରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ୟ ହେଉଥିବେ।


ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।


ସେ ଜୀବନରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ୱରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟରେ ପଡ଼ିଥିବା ଲୋକଙ୍କୁ ସାହାଯ୍ୟ କରିବା ଓ ନିଜ ଜୀବନରେ ସମସ୍ତ ପ୍ରକାରର ଭଲ କାମ କରିବା।


ବୟସ୍କା ସ୍ତ୍ରୀଲୋକମାନଙ୍କୁ ମା ଭଳି ଓ ଯୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସେମାନଙ୍କ ପ୍ରତି ପବିତ୍ରତାର ସହିତ ଆଚରଣ କର।


ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ବୃଦ୍ଧ ଲୋକମାନଙ୍କୁ ଶିକ୍ଷା ଦିଅ ଯେ ସେମାନେ ଆତ୍ମସଂଯମୀ, ଗମ୍ଭୀର ଓ ଜ୍ଞାନୀ ହୁଅନ୍ତୁ। ସେମାନେ ବିଶ୍ୱାସରେ, ପ୍ରେମରେ ଓ ଧୈର୍ଯ୍ୟରେ ଦୃଢ଼ ହେବା ଉଚିତ୍।


ତୁମ୍ଭେ ନିଜେ ଯୁବକମାନଙ୍କ ପାଇଁ ପ୍ରତ୍ୟେକ ଭାବରେ ଆଦର୍ଶ ହେବା ପାଇଁ ଉତ୍ତମ କାମ କରିବା ଦରକାର। ତୁମ୍ଭର ଶିକ୍ଷା ଦେବାରେ ତୁମ୍ଭେ ସଚ୍ଚୋଟ ଓ ଗମ୍ଭୀର ରହିବା ଉଚିତ୍।


ନିଜ ଜୀବନକୁ ସ‌ତ୍‌‌କର୍ମରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ୟକ। ଯେଉଁମାନଙ୍କର ପ୍ରକୃତରେ ଦରକାର, ସେମାନଙ୍କର ମଙ୍ଗଳ କର। ତା'ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।


ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ।


ଆମ୍ଭ ପାଇଁ ପ୍ରାର୍ଥନା କରୁଥାଅ। ଆମ୍ଭେ ସବୁବେଳେ ସର୍ବୋତ୍କୃଷ୍ଟ କାମ କରିବାକୁ ଚେଷ୍ଟା କରୁଥିବାରୁ, ଆମ୍ଭେ କରୁଥିବା କାମଗୁଡ଼ିକ ଠିକ୍ ବୋଲି ଅନୁଭବ କରୁ।


ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।


କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।


ଏବେ, ସତ୍ୟ ପାଳନ ଦ୍ୱାରା ତୁମ୍ଭେମାନେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭେମାନେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ୟ ପ୍ରେମ ଦେଖାଇ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ରେମ କର।


ଅବିଶ୍ୱାସୀ ଲୋକମାନେ ତୁମ୍ଭ ଗ୍ଭରିପଟେ ଅଛନ୍ତି। ସେମାନେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ଯ୍ୟ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା'ହେଲେ ତୁମ୍ଭେମାନେ କରୁଥିବା ଭଲ କାମଗୁଡ଼ିକୁ ସେମାନେ ଦେଖିବେ ଓ ପରମେଶ୍ୱରଙ୍କ ଆସିବା ଦିନ ସେମାନ ତାହାଙ୍କୁ ମହିମା ଦେବେ।


ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ରେମ କର।


ମୋ’ ମିତ୍ରଗଣ, ଏହି ଦ୍ୱିତୀୟ ପତ୍ର ମୁଁ ତୁମ୍ଭକୁ ଲେଖୁଅଛି। ତୁମ୍ଭକୁ କେତେଗୁଡ଼ିଏ ବିଷୟ ମନେ ପକାଇ ଦେବା ଲାଗି ମୁଁ ଦୁଇଟି ପତ୍ର ଲେଖିଛି।


ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।


ଖ୍ରୀଷ୍ଟ ପବିତ୍ର। ଯେ କେହି ଖ୍ରୀଷ୍ଟଙ୍କଠାରେ ଆଶା ରଖେ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରଖେ।


ପ୍ରିୟ ବନ୍ଧୁମାନେ, ଏ ଜଗତର ଗ୍ଭରିଆଡ଼େ ବହୁତ ଭଣ୍ଡ ଭାବବାଦୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରତ୍ୟେକ ଆତ୍ମାକୁ ବିଶ୍ୱାସ କର ନାହିଁ, ବରଂ ସେମାନେ ପରମେଶ୍ୱରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।


ହେ ଯୁବତୀ, ଭୟ କର ନାହିଁ। ତୁମ୍ଭେ ଯାହା ଇଚ୍ଛା କରିବ, ମୁଁ ତାହା ନିଶ୍ଚିତ କରିବି। ସହରର ସମସ୍ତ ଲୋକ ଜାଣନ୍ତି ଯେ ତୁମ୍ଭେ ବହୁତ ଭଲ।


Follow us:

Advertisements


Advertisements