Biblia Todo Logo
Online Bible

- Advertisements -




ଫିଲିପୀୟ 1:18 - ଓଡିଆ ବାଇବେଲ

18 ସେଥିରେ ବା କ'ଣ ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।

See the chapter Copy

ପବିତ୍ର ବାଇବଲ (CL) NT (BSI)

18 ସେଥିରେ କିଛି ଯାଏ ଆସେ ନାହିଁ। ସଦୁଉଦ୍ଦେଶ୍ୟରେ ହେଉ ବା ଅସତ୍ ଅଭିପ୍ରାୟ ନେଇ ହେଉ, ଯେ କୌଣସି ଉପାୟରେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାରିତ ହେଲେ, ସେଥିରେ ମୋର ଆନନ୍ଦ। ମୁଁ ଆନନ୍ଦ କରୁଥିବି,

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି।

See the chapter Copy

ପବିତ୍ର ବାଇବଲ

18 ଯଦି ସେମାନେ ମୋ’ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ୟ କଥା ହେଲା ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ କହୁଛନ୍ତି। ମୁଁ ମଧ୍ୟ ଗ୍ଭହେଁ ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ ଲୋକମାନଙ୍କୁ କୁହନ୍ତୁ। ସେମାନେ ଭଲ ଉଦ୍ଦେଶ୍ୟ ରଖି ସେହିପରି କରନ୍ତୁ। କିନ୍ତୁ ଉଦ୍ଦେଶ୍ୟ ଭଲ ହେଉ ବା ମନ୍ଦ, ପ୍ରଗ୍ଭର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ୟ।

See the chapter Copy




ଫିଲିପୀୟ 1:18
13 Cross References  

କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।


ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ ।


କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ ।


ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,


ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ ।


ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି ?


ତେବେ କର୍ତ୍ତବ୍ୟ କ'ଣ ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି ।


ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ ।


କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


Follow us:

Advertisements


Advertisements