Biblia Todo Logo
Online Bible

- Advertisements -




ଫିଲିପୀୟ 3:15 - ଓଡିଆ ବାଇବେଲ

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

See the chapter Copy

ପବିତ୍ର ବାଇବଲ (CL) NT (BSI)

15 ଆମ ମଧ୍ୟରେ ଯେଉଁମାନେ ଆଧ୍ୟାତ୍ମିକ ଭାବେ ପରିପକ୍ୱ, ସେମାନଙ୍କର ଏହିପରି ମନୋଭାବ ରହିବା ଉଚିତ। ଯଦି ତୁମ୍ଭମାନଙ୍କ ମଧ୍ୟରୁ କହାର ଭିନ୍ନ ମନୋଭାବ ଥାଏ, ଈଶ୍ୱର ତୁମ୍ଭମାନଙ୍କୁ ସବୁ କଥା ସ୍ପଷ୍ଟଭାବେ ଜଣାଇ ଦେବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;

See the chapter Copy

ପବିତ୍ର ବାଇବଲ

15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା'ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ।

See the chapter Copy




ଫିଲିପୀୟ 3:15
21 Cross References  

ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ ।


ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !


ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଈଶ୍ୱରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ । ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ ।


କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।


ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ ।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ ।


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।


ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଈଶ୍ୱରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,


ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।


କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ୱରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି । ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ ।


Follow us:

Advertisements


Advertisements