Biblia Todo Logo
Online Bible

- Advertisements -




ଫିଲିପୀୟ 4:13 - ଓଡିଆ ବାଇବେଲ

13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।

See the chapter Copy

ପବିତ୍ର ବାଇବଲ (CL) NT (BSI)

13 ମୋର ଶକ୍ତିଦାତା ଖ୍ରୀଷ୍ଟଙ୍କ ସହାୟତାରେ ମୁଁ ସବୁ କିଛି କରିପାରେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।

See the chapter Copy

ପବିତ୍ର ବାଇବଲ

13 ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।

See the chapter Copy




ଫିଲିପୀୟ 4:13
12 Cross References  

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ ।


ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।


ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,


Follow us:

Advertisements


Advertisements