Online Bible

- Advertisements -


ଗୀତସଂହିତା 2 - ପବିତ୍ର ବାଇବଲ

1 କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି? କାହିଁକି ସେମାନେ ମନ୍ଦ ଯୋଜନା କରନ୍ତି?

2 ସେମାନଙ୍କ ରାଜା ଓ ନେତାମାନେ ଏକତ୍ରିତ ହୋଇ, ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାଙ୍କ ଦ୍ୱାରା ଅଭିଷିକ୍ତ ପ୍ରଜାଙ୍କ ବିରୁଦ୍ଧରେ ଯୁଦ୍ଧ କରନ୍ତି।

3 ସେହି ନେତାମାନେ କୁହନ୍ତି, “ଆସ ଆମ୍ଭେ ପରମେଶ୍ୱର ଓ ତାଙ୍କ ଅଭିଷିକ୍ତ ରାଜାଙ୍କ ବିରୁଦ୍ଧରେ ବିଦ୍ରୋହ କରିବା। ଆସ ସେମାନଙ୍କଠାରୁ ଆମ୍ଭର ବନ୍ଧନ ଚ୍ଛିନ୍ନ କରି ମୁକ୍ତ ହୋଇଯିବା।”

4 କିନ୍ତୁ ମୋର ପ୍ରଭୁ ଯିଏକି ‘ସ୍ୱର୍ଗର ରାଜା’ ସେମାନଙ୍କ ଏପରି କଥାକୁ ପରିହାସ କରିବେ।

5-6 କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ। ସିୟୋନ ହେଉଛି ମୋର ପବିତ୍ର ପର୍ବତ।” ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।

7 ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସେହି ନିୟମ ଘୋଷଣା କରୁଛି। ସଦାପ୍ରଭୁ ମୋତେ କହିଲେ, “ଆଜିଠାରୁ ମୁଁ ତୁମ୍ଭର ପିତା ହେଲି ଓ ତୁମ୍ଭେ ମୋର ପୁତ୍ର ହେଲ।

8 ଯଦି ତୁମ୍ଭେ ମୋତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ୟ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହେବେ।

9 ତୁମ୍ଭେ ସେହି ରାଜ୍ୟସବୁକୁ ମାଟିପାତ୍ରକୁ ଲୁହାଛଡ଼ରେ ଖଣ୍ଡ ଖଣ୍ଡ କରି ଗୁଣ୍ଡ କଲାଭଳି ଧ୍ୱଂସ କରିଦେଇ ପାରିବ।”

10 ଏଣୁ ହେ ରାଜାଗଣ, ତୁମ୍ଭେ ବୁଦ୍ଧିମାନ ହୁଅ। ହେ ଶାସକଗଣ, ଏହି କଥାକୁ ଶିକ୍ଷା କର।

11 ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।

12 ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।

Odia Holy Bible: Easy-to-Read Version (OERV)

@ 2004 Bible League International

Bible League International
Follow us:



Advertisements